Posted inଖେଳ

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର

ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍‌ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍‌. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍‌କୁ ଭେଟିବ। ପୂର୍ବରୁ ରାଉଣ୍ଡ-ରବିନ ପର୍ଯ୍ୟାୟ ୪ ଦିବସୀୟ ହୋଇଥିବାବେଳେ ଫାଇନାଲ ମ୍ୟାଚ୍‌ ଆଉ ଗୋଟିଏ ଦିନ ଅଧିକା ଅନୁଷ୍ଠିତ ହେବ। ସେହିଭଳି ଏହା ଦିବାରାତ୍ର ବିଶିଷ୍ଟ ଓ ପିଙ୍କ୍‌ ବଲରେ ଖେଳାଯିବ। ମ୍ୟାଚ୍‌ର ସିଧାପ୍ରସାରଣ ହେବ ବୋଲି ଜଣାପଡ଼ିଛି। ରାଉଣ୍ଡ-ରବିନ ପର୍ଯ୍ୟାୟରେ ଇଣ୍ଡିଆ ରେଡ୍‌ ୨ ମ୍ୟାଚ୍‌ ଖେଳି ୨ଟି ଯାକ ଡ୍ର’ ରଖିଥିଲା। କିନ୍ତୁ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଦଳ ୬ ପଏଣ୍ଟ ପାଇ ଫାଇନାଲରେ ପ୍ରବେଶ କରିଥିଲା। କିନ୍ତୁ ଫୈଜ ଫଜଲଙ୍କ ଇଣ୍ଡିଆ ଗ୍ରୀନ୍‌ ଦଳ ଇନିଂସ ପଛୁଆ ଥାଇ ୨ ମ୍ୟାଚ୍‌ ଡ୍ର ରଖିଥିଲେ ମଧ୍ୟ ରନ୍‌ରେଟ୍‌ ଭିତ୍ତିରେ ଇଣ୍ଡିଆ ବ୍ଲୁ’କୁ ପଛରେ ପକାଇ ଫାଇନାଲ ଟିକେଟ୍‌ ହାସଲ କରିଥିଲା। ଇଣ୍ଡିଆ ରେଡ୍‌ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୨୧ ବର୍ଷୀୟ ଝାଡ଼ଖଣ୍ଡ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ଇଶାନ କିଶାନଙ୍କ ଉପରେ ଏହି ମ୍ୟାଚରେ ସମସ୍ତଙ୍କ ନଜରରେ ରହିବେ। ଦକ୍ଷିଣ ଆଫ୍ରିକା-ଏ ବିପକ୍ଷରେ ଚାଲିଥିବା ସୀମିତ ଓଭର ସିରିଜରେ ଇଶାନ ଚମତ୍କାର ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ ନଜରରେ ରହିଛନ୍ତି।

ସୁଯୋଗ ଅପେକ୍ଷାରେ ରାଜେଶ ମହାନ୍ତି
ଇଣ୍ଡିଆ ଗ୍ରୀନ ଦଳରେ ଓଡ଼ିଆ କ୍ରିକେଟର୍‌ ରାଜେଶ ମହାନ୍ତି ସ୍ଥାନ ପାଇଛନ୍ତି। କିନ୍ତୁ ଏହି ଡାହାଣହାତୀ ଦ୍ରୁତ ବୋଲର ପ୍ରଥମ ୨ଟି ମ୍ୟାଚ୍‌ରେ ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ପଡ଼ିଥିଲେ। ତେଣୁ ଫାଇନାଲ ମ୍ୟାଚ୍‌ରେ ସୁଯୋଗ ଅପେକ୍ଷାରେ ରହିଛନ୍ତି ରାଜେଶ।


Enter your email to get our daily news in your inbox.

All Right Reserved By Dharitri.Com

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri