Posted inଖେଳ

ଦୁଲୀପ ଟ୍ରଫି: ନାୟାରଙ୍କ ଲଢ଼ୁଆ ବ୍ୟାଟିଂ

ବେଙ୍ଗାଲୁରୁ, ୨୩।୮(ପି.ଟି.)- ସ୍ଥାନୀୟ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦୁଲୀପ ଟ୍ରଫି ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ଦିନିଆ ମ୍ୟାଚ୍‌ରେ ପ୍ରିୟାଙ୍କ ପଞ୍ଚାଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍‌ ଓ ଶୁବମନ ଗିଲଙ୍କ ଇଣ୍ଡିଆ ବ୍ଲୁ ମୁହଁାମୁହିଁ ହୋଇଛନ୍ତି। ଇଣ୍ଡିଆ ବ୍ଲୁ ଟସ୍‌ ଜିତି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବ୍ୟାଟିଂ କରିବାକୁ ଆମନ୍ତ୍ରଣ ପାଇଥିବା ରେଡ୍‌ ପ୍ରଥମ ଇନିଂସ ଆରମ୍ଭ କରି ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୬୮ ଓଭରରେ ୨ ଉଇକେଟ ହରାଇ ୧୬୩ ରନ ସଂଗ୍ରହ କରିଛି। ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ବାଧାପ୍ରାପ୍ତ ହୋଇଥିଲା। ୪୩ ରନରେ ଦୁଇ ଓପନରଙ୍କୁ ହରାଇ ରେଡ୍‌ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ବେଙ୍ଗଲ୍‌ ଓପନର ଅଭିମନ୍ୟୁ ଈଶ୍ୱରନ ଖାତା ଖୋଲିବା ପୂର୍ବରୁ ରାଜସ୍ଥାନ ବାମହାତୀ ଦ୍ରୁତ ବୋଲର ଅନିକେତ ଚୌଧୁରୀଙ୍କ ବଲ୍‌ରେ ଏଲ୍‌ବିଡବ୍ଳ୍ୟୁ ହୋଇ ପ୍ରଥମେ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ବରୋଦା ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ପଞ୍ଚାଲ ୪୯ଟି ବଲର ସମ୍ମୁଖୀନ ହୋଇ ୨ ଚୌକା ସହ ୧୫ ରନ କରିଥିବାବେଳେ ଦିଓ୍ବେଶ୍‌ ପଠାନିଆଙ୍କ ବଲ୍‌ରେ ଉଇକେଟକିପର ସ୍ନେଲ ପଟେଲଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ।
ତେବେ ତୃତୀୟ ଉଇକେଟରେ କରୁନ ନାୟାର ଓ ଅଙ୍କିତ୍‌ କଲସୀ ଲଢ଼ୁଆ ବ୍ୟାଟିଂ କରି ଅପରାଜିତ ୧୨୦ ରନର ଭାଗୀଦାରି ସ୍ଥାପନ କରି ସ୍ଥିତି ସମ୍ଭଳିଥିଲେ। ୨୦୧୭ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପରେ ନାୟାର ଜାତୀୟ ଦଳରୁ ବାଦ୍‌ ପଡିଥିଲେ। ତେବେ ଏହି ମ୍ୟାଚ୍‌ରେ ଦମ୍‌ଦାର ପ୍ରଦର୍ଶନ କରିଥିଲେ। ବର୍ଷା ଓ ଖରାପ ଆଲୋକ ଯୋଗୁ ପ୍ରଥମ ଦିନର ସମ୍ପୂର୍ଣ୍ଣ ଖେଳ ସମ୍ଭବପର ହୋଇ ପାରି ନ ଥିଲା। ଷ୍ଟମ୍ପ୍ସ ଅପସାରଣ ବେଳକୁ ନାୟର ୯୨ ଓ କଲସୀ ୪୮ ରନ କରି ଅପରାଜିତ ରହିଛନ୍ତି। ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ଅବସରରେ ନାୟାର ୧୮୯ଟି ବଲ୍‌ର ସମ୍ମୁଖୀନ ହୋଇ ୯ଟି ଚୌକା ମାରିଥିଲେ। ସେହିପରି ୧୭୧ଟି ବଲର ସମ୍ମୁଖୀନ ହୋଇ ୪ ଚୌକା ସହ କାଲସୀ ୪୮ ରନ କରି ଅପରାଜିତ ରହିଥିଲେ। ନାୟାର ଏକାଧୀକ ଆକର୍ଷଣୀୟ ଶଟ୍‌ ଖେଳିଥିଲେ। ବୋଲିଂରେ ଚୌଧୁରୀ ଓ ପଠାଣିଆ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ଉଲ୍ଲେଖଥାଉ କି, ଦୁଲୀପ ଟ୍ରଫିର ପ୍ରଥମ ମ୍ୟାଚ୍‌ରେ ଇଣ୍ଡିଆ ବ୍ଲୁ ଓ ଇଣ୍ଡିଆ ଗ୍ରୀନ୍‌ ପରସ୍ପରକୁ ଭେଟିଥିଲେ। ତେବେ ବର୍ଷା ଯୋଗୁ ଦ୍ୱିତୀୟ, ତୃତୀୟ ଓ ଚତୁର୍ତ ଦିନର ଖେଳି ଧୋଇଯାଇଥିଲା। ପ୍ରଥମ ଦିନର ଖେଳ ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ କିଛି ଓଭର ଖେଳ ସମ୍ଭବପର ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ଇଣ୍ଡିଆ ରେଡ୍‌ ପ୍ରଥମ ଇନିଂସ: ୬୮ ଓଭରରେ ୧୬୩/୨
(ନାୟାର- ୯୨*, କଲସୀ-୮*, ପଞ୍ଚାଲ- ୧୫, ଚୌଧୁରୀ- ୧/୨୯, ପଠାଣିଆ- ୧/୨୭)।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?