ଦୁହୁରିଆରେ ସଡ଼କ ଦୁର୍ଘଟଣା: ୨ମୃତ, ୩ଗୁରୁତର

କେନ୍ଦ୍ରାପଡା ଅଫିସ,୨।୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଦୁହୁରିଆ ଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ କାର୍‌ ଧକ୍କାଦେବାରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କେନ୍ଦ୍ରାପଡା କାକଟର ବିଜୟ ସାହୁ ଓ କଜଳା ଗାଁର ପ୍ରାଣତି ପଣ୍ଡା। ସୂଚନାଯୋଗ୍ୟ,କଟକରୁ କେନ୍ଦ୍ରାପଡା ଅଭିମୁଖେ ଆସୁଥିବା ଏକ କାର୍‌ ରାସ୍ତା ଉପରେ ଠିଆ ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କାର୍‌ରେ ଥିବା ଅନ୍ୟ ୩ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷେ ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ ଗତକାଲି ନୁଆ ବର୍ଷରେ ପୁରୀରୁ ଜଗନ୍ନାଥଙ୍କ ଦର୍ଶନ ସାରି କାର୍‌ରେ ସେମାନେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri