Posted inଖେଳ

ଦୂତୀଙ୍କ ନାମରେ ଆଥଲେଟିକ ଟ୍ରାକ୍‌: ଉଚ୍ଛ୍ବସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି)- ଇଟାଲିର ନାପୋଲିଠାରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୧୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ଦୂତୀ ଚାନ୍ଦଙ୍କୁ ମଙ୍ଗଳବାର କିଟ୍‌ ଓ କିସ୍‌ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ସମ୍ପ୍ରତି କିଟ୍‌ରେ ଅଧ୍ୟୟନରତ ଭାରତର ଏହି ସ୍ପ୍ରିଣ୍ଟ କୁଇନ୍‌ଙ୍କ ନାମରେ ଖୁବ ଶୀଘ୍ର ଏକ ଆଥଲେଟିକ ଟ୍ରାକ ନାମିତ ହେବ। ଆଥଲେଟିକ ଟ୍ରାକ କାମ ସମ୍ପୂୂର୍ଣ୍ଣ ହେବା ପରେ ଏହାର ନାମ ‘ଦୂତୀ ଚାନ୍ଦ ଆଥଲେଟିକ ଟ୍ରାକ’ ହେବ ବୋଲି ମଙ୍ଗଳବାର କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି। ଏହା ବ୍ୟତୀତ ଭବିଷ୍ୟତରେ ଏଠାରେ ପ୍ରତିଷ୍ଠା କରାଯିବାକୁ ଥିବା ଆଥଲେଟିକ ଏକାଡେମିର ମୁଖ୍ୟ ଭାବେ ଦୂତୀଙ୍କୁ ଅବସ୍ଥାପିତ କରାଯିବ। ଏହା ହେଉଛି ଦୂତୀଙ୍କୁ କିଟ୍‌ ଓ କିସ୍‌ର ସର୍ବଶ୍ରେଷ୍ଠ ଉପହାର ବୋଲି ସେ କହିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଦୂତୀ ଭାରତର ପ୍ରଥମ ଧାବିକା ଭାବେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ୧୦୦ ମିଟର ଦୌଡ଼ରେ ୧୧.୩୨ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ହାସଲ କରଥିଲେ। ”କିଟ୍‌, କିସ୍‌ ଏବଂ ଅଚ୍ୟୁତ ସାମନ୍ତଙ୍କ ସହଯୋଗ ପାଇଁ ମୁଁ ଆଜି ଏଠାରେ ପହଞ୍ଚତ୍ବା ସମ୍ଭବ ହୋଇପାରିଛି। ଭବିଷ୍ୟତରେ ଓଡ଼ିଶା ତଥା ଦେଶ ପାଇଁ ଆହୁରି ସୁନାମ ଆଣି ପାରିବି ବୋଲି ମୋର ଦୃଢ଼ ଆମତ୍ବିଶ୍ୱାସ ସୃଷ୍ଟି ହୋଇଛି“ ବୋଲି ଦୂତୀ କହିଛନ୍ତି। କାର୍ଯ୍ୟକ୍ରମରେ କିଟ୍‌ର କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ, ଦୂତୀଙ୍କ କୋଚ ଏନ. ରମେଶ, କିଟ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହୃଷିକେଶ ମହାନ୍ତି, କୁଳସଚିବ ଡ. ସସ୍ମିତାରାଣୀ ସାମନ୍ତ ପ୍ରମୁଖ ଉପସ୍ଥିତ ରହି ଦୂତୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri