ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ କେହି ଏହାକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବିଶ୍ୱନିୟନ୍ତାଙ୍କୁ ନେଇ ଏଭଳି ନିଷ୍ପତ୍ତି ବିରୋଧରେ ଅସନ୍ତୋଷ ଜାରି ରହିଥିବାବେଳେ ଶୁକ୍ରବାର ଏହି ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ଏକ ପ୍ରେସ୍‌ ବିବୃତିରେ ଜଗଦ୍‌ଗୁରୁ କହିଛନ୍ତି, ମହାମାରୀ କରୋନା ଭୂତାଣୁ ସଂକ୍ରମଣଠାରୁ ଓଡ଼ିଶାବାସୀଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମ୍‌କୋର୍ଟଙ୍କ ଏହି ରାୟ ସ୍ବାଗତଯୋଗ୍ୟ। ତଥାପି ଅତ୍ୟାବଶ୍ୟକ ବ୍ୟକ୍ତିଙ୍କ ଦ୍ୱାରା ଶାସ୍ତ୍ରସମ୍ମତ, ପରମ୍ପରାପ୍ରାପ୍ତ ଏବଂ ପୁନର୍ବିଚାର ଦ୍ୱାରା ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ। ଏହାଦ୍ୱାରା ରଥାରୁଢ ଠାକୁରଙ୍କୁ ଯାନ୍ତ୍ରିକ ବ୍ୟବସ୍ଥା ମାଧ୍ୟମରେ ଭକ୍ତମାନେ ଦର୍ଶନ କରି ଦୁଃଖକଷ୍ଟରୁ ମୁକ୍ତି ପାଇବାକୁ ସମର୍ଥ ହୋଇପାରିବେ ବୋଲି ଶଙ୍କରାଚାର୍ଯ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରୁ ବାହାରିଲେ ନାଚିକା ଲିଙ୍ଗା

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କୋରାପୁଟ ମଣ୍ଡଳ କାରାଗାରରୁ ଶୁକ୍ରବାର ବାହାରିଲେ ଚାଷୀମୂଲିଆ ସଂଘର ନେତା ନାଚିକା ଲିଙ୍ଗା। ୩ ଦିନ ତଳେ ସେ ହାଇକୋର୍ଟରୁ ଜାମିନ ପାଇଥିଲେ।...

କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା...

କୁରାଳ ପଞ୍ଚମୀ ପାଳନ: ଜମିଲା ନୃତ୍ୟଗୀତର ଆସର

କେନ୍ଦୁଝର,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ତରମାକାନ୍ତ କୁରାଳସାହି ପକ୍ଷରୁ ବୁଧବାର କୁରାଳ ପଞ୍ଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ୧ରୁ ୩ ତାରିଖ ପର୍ଯ୍ୟନ୍ତ ରୁଦ୍ରପାଳ...

ପୋଡ଼ିଗଲା ଅର୍ବାନ ପ୍ଲାଣ୍ଟ

ଲାଞ୍ଜିଗଡ଼,୨୪।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନରେ ଥିବା ମୂଷାନାଳ ସେକ୍ସନ ମୂଷାନାଳ ନିକଟସ୍ଥ ପାତର ଡଙ୍ଗର ରେତ ନଦୀ...

ଓଏଏସ୍‌ ସ୍ତରରେ ଅଦଳବଦଳ: ୪୧ ଜଣଙ୍କୁ ବଦଳି

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ସ୍ବତନ୍ତ୍ର ସଚିବ, ଅତିରିକ୍ତ ସଚିବ, ଯୁଗ୍ମ ସଚିବ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ...

ଅବକାରୀ ବିଭାଗର ଚଢ଼ାଉ ବେଳେ ଢ଼େଲାପଥର ମାଡ଼: ଭାଙ୍ଗିଲା ଗାଡ଼ି, ଡ୍ରାଇଭର ଆହତ

ଛେଣ୍ଡିପଦା,୫।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ରଥ ସାହିରେ ଶନିବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ସମୟରେ ମଦ ମାଫିଆମାନେ...

ରାଜ୍ୟରେ ୩୨୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

Advertisement
Archives

Model This Week