Posted inଖେଳ

ଦୂର ହୋଇନି ଚାନୁଙ୍କ ଆଶଙ୍କା 

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଭାରତର ଟପ୍‌ ଭରୋତ୍ତୋଳିକା ମୀରାବାଇ ଚାନୁ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ହେଲେ ବର୍ତ୍ତମାନ ପିଠି ଆଘାତଜନିତ ସମସ୍ୟାରୁ ଯଦିଓ ଆରୋଗ୍ୟ ଲାଭ କରିଛନ୍ତି, ତାଙ୍କ ମନରୁ ଆଶଙ୍କା ଦୂର ହୋଇନାହିଁ। ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସ ହେବ। ସେତେ ବେଳେ ଭାର ଉଠାଇବା ବେଳେ ପୁଣି ଏହି ସମସ୍ୟା ଦେଖା ଦେବ ନି ତ ଏକଥା ତାଙ୍କ ମନରେ ଆସୁଛି। ଗତବର୍ଷ ଗୋଲ୍ଡକୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବେଳେ ମୀରାବାଇ ତାଙ୍କ ପିଠିର ନିମ୍ନଭାଗରେ ଯନ୍ତ୍ରଣା ଅନୁଭବ କରିଥିଲେ। ଡାକ୍ତରମାନେ ଏହାର ପ୍ରକୃତ କାରଣ ଠଉରେଇ ପାରି ନ ଥିଲେ। ଫଳରେ ଏହି ୨୪ ବର୍ଷୀୟା ଭାରୋତ୍ତୋଳିକା ସେହିବର୍ଷ ଏସିଆନ ଗେମ୍ସ ଓ ବିଶ୍ୱ ଚାମ୍ପିୟନିପ୍‌ରେ ଅଂଶଗ୍ରହଣ କରିପାରି ନ ଥିଲେ। ମାତ୍ର ଇତିମଧ୍ୟରେ ସେ ଭାରୋତ୍ତୋଳକୁ ପ୍ରତ୍ୟାବର୍ତ୍ତନ କରିବା ସହ ଥାଇଲାଣ୍ଡରେ ଅନୁଷ୍ଠିତ ଇଗାଟ୍‌ କପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ନିକଟରେ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିଛନ୍ତି। ମଣିପୁରର ଏହି ଭାରୋତ୍ତୋଳିକା ସେପ୍ଟେମ୍ବରରେ ହେବାକୁଥିବା ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଏବେ ପ୍ରସ୍ତୁତ ହେଉଛନ୍ତି। ଚାନୁ କହିଛନ୍ତି, ସେ ପିଠିରେ କାହିଁକି ଯନ୍ତ୍ରଣା ଅନୁଭବ କଲେ ତାହା ଜାଣିପାରୁ ନାହାନ୍ତି। ଏକ୍ସରସାଇଜ୍‌ ହେଉ ଅବା ଟେକ୍‌ନିକ୍‌ରେ କୌଣସି ତ୍ରୁଟି ଥିବା ସେ ଅନୁମାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri