ଦୂଷିତ ପାଣି ପିଇ ୨୩ ଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ

ତେଲକୋଇ, ୨୫।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ରାଇସୁଆଁ ପଞ୍ଚାୟତ ଅଧୀନ ରାଣୀବେଡା ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ପାନୀୟଜଳ ଦୂଷିତ ହେବା କାରଣରୁ ୨୩ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ପଡିଛନ୍ତି। ରବିବାର ଅପରାହ୍ନରେ ସେମାନଙ୍କୁ ଦୁଇଟି ୧୦୮ ଆମ୍ବୁଲାନ୍ସ ଯୋଗେ ଅଣାଯାଇ ତେଲକୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ସୁସ୍ଥ ହେବାରୁ ୧୮ଜଣଙ୍କୁ ପରେ ଛାଡି ଦିଆଯାଇଛି। ୫ଜଣ ଚିକିତ୍ସାଧୀନ ଅଛନ୍ତି। ପାନୀୟ ଜଳ ସଂକ୍ରମଣ ଯୋଗୁ ଛାତ୍ରଙ୍କ ପେଟ ଦରଜ ହେବା ସହ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଥାଇପାରନ୍ତି ବୋଲି ସେମାନଙ୍କୁ ଚିକିତ୍ସା କରିଥିବା ଡାକ୍ତର ଡି ଆଚାର୍ଯ୍ୟ କହିଛନ୍ତି।
ଉଲ୍ଲେଖନୀୟ ଯେ, ତେଲକୋଇଠାରୁ ୩୫ କି.ମି. ଦୂରରେ ଥିବା ଏହି ଛାତ୍ରାବାସ ଜିଲା ଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ହେଉଛି। ସେଠାକାର ଶିକ୍ଷାନୁଷ୍ଠାନରେ ପାଠ ପଢୁଥିବା ଛାତ୍ରଙ୍କ ମଧ୍ୟରୁ ୫୧ ଜଣ ଛାତ୍ରାବାସରେ ରହୁୁଛନ୍ତି। ଡାକ୍ତରଖାନାକୁ ଚିକିତ୍ସିତ ହେବାକୁ ଆସିଥିବା ଅସୁସ୍ଥ ଛାତ୍ରଙ୍କ କହିବାନୁଯାୟୀ ୨୦୧୭ ରେ ଛାତ୍ରାବାସ ପାଇଁ ବସୁଧା ଯୋଜନାରେ ଏକ ଓଭରହେଡ ଟାଙ୍କି ନିର୍ମାଣ କରାଯାଇଥିଲା । ଦୁଇ ମାସ ହେବ ଏହା ଅଚଳ ହୋଇ ପଡିଥିଲା । ପରେ ଏହାକୁ ସଚଳ କରାଯାଇ ଅନ୍ତେବାସୀଙ୍କୁ ପାନୀୟଜଳ ଯୋଗାଣ ବ୍ୟବସ୍ଥା କରାଯାଇଥିଲା। ଟାଙ୍କି ସଫା କରାଯିବା ବେଳେ ଏହା ଆଭ୍ୟନ୍ତର ଅପରିଷ୍କାର ହୋଇ ପଡିଥିବାରୁ ପାନୀୟଜଳ ଦୂୂଷିତ ହୋଇଥିବା ସନ୍ଦେହ କରାଯାଉଛି। ଛାତ୍ରଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନା ଆଣିଥିବା ଶିକ୍ଷକ ମତ୍ୟୁଞ୍ଜୟ ଦାଶଙ୍କୁ ପଚାରିବାରୁ କହିଛନ୍ତି, ପାନୀୟଜଳ ସମସ୍ୟା ନେଇ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥାଇ ପାରେ । ଚିକିତ୍ସା ପରେ ୧୮ ଜଣ ଛାତ୍ରଙ୍କୁ ଫେରାଇ ନିଆଯାଇଛି । ଛାତ୍ରାବାସରେ ୫ ଛାତ୍ର ଘରକୁ ଚାଲି ଯାଇଥିବାରୁ ଏବେ ସେଠାରେ ୪୬ ଜଣ ରହୁଥିଲେ। ଶନିବାର ସେମାନେ ଝାଡାବାନ୍ତିରେ ଆକ୍ରାନ୍ତ ହେବା ପରେ ଫାଷ୍ଟ ଏଡ ବ୍ୟବସ୍ଥାରେ ଔଷଧ ଦିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ସେମାନଙ୍କୁ ଡାକ୍ତରଖାନା ଅଣାଯାଇଥିଲା। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ କେ.ମିଶ୍ରଙ୍କୁ ପଚାରିବାରୁ କହିଲେ, ଘଟଣା ନେଇ ସେ ସୂଚନା ପାଇଛନ୍ତି। ଏହାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri