ଦୃଷ୍ଟିବାଧିତଙ୍କ ଲାଗି ନୋଟ ଚିହ୍ନିବା ହେବ ସହଜ; ଆର୍‌ବିଆଇ ଆଣିଲା ନୂଆ ମୋବାଇଲ ଆପ୍ଲିକେଶନ

ମୁମ୍ବାଇ,୨-୧: ଦୃଷ୍ଟିବାଧିତଙ୍କ ଲାଗି ନୋଟ୍‌ ଚିହ୍ନିବା ଏବେ ସହଜ ହେବ। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ନୂଆ ମୋବାଇଲ ଆପ୍ଲିକେଶନ ଆଣିଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନୂଆ ଆପ୍ଲିକେଶନକୁ ବୁଧବାର ଶୁଭାରମ୍ଭ କରିଛନ୍ତି। ଏହି ଆପ୍ଲିକେଶନର ନାମ ମୋବାଇଲ ଏଡେଡ ନୋଟ୍‌ ଆଇଡେଣ୍ଟିଫାୟର (ଏମ୍‌ଏଏନ୍‌ଆଇ) ରହିଛି। ଆଣ୍ଡ୍ରଏଡ ପ୍ଲେ ଷ୍ଟୋର କିମ୍ବା ଆଇଓଏସ୍‌ ଆପ୍‌ ଷ୍ଟୋରରୁ ଡାଉନଲୋଡ କରାଯାଇ ପାରିବ। ମୋବାଇଲର ପଛ କ୍ୟାମେରାରେ ଫଟୋ ଉଠାଇ ଦୃଷ୍ଟିବାଧିତ ମହାତ୍ମାଗାନ୍ଧୀ ସିରିଜ ଏବଂ ମହାତ୍ମା ଗାନ୍ଧୀ ନୂଆ ସିରିଜ ନୋଟ ଚିହ୍ନଟ କରିପାରିବେ। ଏହି ଆପ୍‌ କରେନ୍ସି ନୋଟର ଅଡିଓ ଜେନେରେଟ କରିବା ସହ ନନ୍‌ ସୋନିକ ନୋଟିଫିକେଶନ ପ୍ରଦାନ କରିବ। ନଭେମ୍ବର ୨୦୧୬ ପରେ ଆସିଥିବା ନୂଆ ସିରିଜର ମହାତ୍ମାଗାନ୍ଧୀ ନୂଆ ସିରିଜ ନୋଟରେ ଆକାର ଏବଂ ଡିଜାଇନ ଉନ୍ନତ ରହିଛି। ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ ହଟିବା ପରେ ୧୦,୨୦, ୫୦, ୧୦୦, ୨୦୦, ୫୦୦ ଏବଂ ୨୦୦୦ ଟଙ୍କିଆ ନୋଟ ଉପଲବ୍ଧ ରହିଛି। ଦୈନଦିନ କାର୍ଯ୍ୟ ବେଳେ ଏହି ନୂଆ ନୋଟ ଚିହ୍ନିବା ଲାଗି ଦୃଷ୍ଟିବାଧିତ ଲୋକମାନେ ହଇରାଣ ହେଉଥିବା ନଜରକୁ ଆସିଛି। ଏହି ସମସ୍ୟାକୁ ସମାଧାନ କରିବା ଦିଗରେ ନୂଆ ଆପ୍ଲିକେଶନ ସହାୟକ ହେବ ବୋଲି ଆଶା କରାଯାଉଛି। ଏଥିରେ ଥିବା ବିଭିନ୍ନ ଫିଚର ମଧ୍ୟରେ ଭାଷା ଚୟନ ପରିବର୍ତ୍ତନ କରିବା ସୁବିଧା, ଭଏସ କମାଣ୍ଡ, କ୍ୟାମେରା ବ୍ୟବହାର ଦ୍ୱାରା ନୋଟ ଚିହ୍ନିବା ଟୁଲ ଏବଂ ୩୦ ଦିନର ହିଷ୍ଟ୍ରି ଭଳି ସୁବିଧା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ପେଟ୍ରୋଲ ପମ୍ପରେ କେତେ ଭିଡ଼ ଅଛି ଘରେ ବସି ଜାଣନ୍ତୁ, ମୋବାଇଲରେ ସର୍ଚ୍ଚ କରନ୍ତୁ ଏମିତି…

ନୂଆଦିଲ୍‌ଲୀ,୩।୬: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ସମୟ ବଞ୍ଚାଇବା ସମସ୍ତଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଅନେକ ସମୟରେ ଗାଡ଼ିରେ ତେଲ ପକାଇବା ପାଇଁ ପେଟ୍ରୋଲ ପମ୍ପକୁ ଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri