Posted inଖେଳ

ଦେଓଧର ଟ୍ରଫି : ଇଣ୍ଡିଆ-ସି’କୁ ଜିତାଇଲେ ଅକ୍ଷର, ମାର୍କଣ୍ଡେ

ରାଞ୍ଚତ୍, ୩।୧୧ (ପି.ଟି.)-ସ୍ଥାନୀୟ ଜେଏସ୍‌ସିଏ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ କମ୍ପ୍ଲେକ୍ସଠାରେ ଶନିବାର ଖେଳାଯାଇଥିବା ଦେଓଧର ଟ୍ରଫିର ଅନ୍ତିମ ରାଉଣ୍ଡ ରବିନ୍‌ ମ୍ୟାଚ୍‌ରେ ଇଣ୍ଡିଆ-ସି’ ୧୩୬ ରନ୍‌ରେ ଇଣ୍ଡିଆ-ବି’କୁ ପରାସ୍ତ କରିଛି। ଅକ୍ଷର ପଟେଲଙ୍କ ଅପରାଜିତ ଅର୍ଦ୍ଧଶତକ ସାଙ୍ଗକୁ ସ୍ପିନର ମୟଙ୍କ ମାର୍କଣ୍ଡେଙ୍କ ବୋଲିଂ ସଫଳତା ବଳରେ ଇଣ୍ଡିଆ-ସି’ ଏହି ବୃହତ୍‌ ବିଜୟ ଲାଭ କରିଛି। ପରାଜୟ ସତ୍ତ୍ୱେ ପାର୍ଥିବ ପଟେଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ବି’ ସୋମବାର ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ-ସି’କୁ ଭେଟିବ। ପୂର୍ବରୁ ହନୁମା ବିହାରୀଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ଏ’ ୨ଟି ପରାଜୟ ସହ ଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିସାରିଛି। ଦେଓଧର ଟ୍ରଫିର ପ୍ରଥମ ମ୍ୟାଚ୍‌ରେ ଇଣ୍ଡିଆ-ବି ୧୦୮ ରନ୍‌ରେ ଇଣ୍ଡିଆ-ଏ’କୁ ଏବଂ ୨ୟ ମୁକାବିଲାରେ ଇଣ୍ଡିଆ-ସି’ ୨୩୨ ରନ୍‌ର ବୃହତ୍‌ ବ୍ୟବଧାନରେ ଇଣ୍ଡିଆ-ଏ’କୁ ପରାସ୍ତ କରିଥିଲେ।
ଖେଳାଯାଇଥିବା ଅନ୍ତିମ ରାଉଣ୍ଡ ରବିନ୍‌ ମ୍ୟାଚ୍‌ରେ ଇଣ୍ଡିଆ-ସି’ ଅଧିନାୟକ ଶୁବମନ ଗିଲ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ନିର୍ଦ୍ଧାରିତ ୫୦ ଓଭରରେ ଦଳ ୫ ଉଇକେଟ୍‌ ହରାଇ ୨୮୦ ରନ୍‌ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଅଲ୍‌ରାଉଣ୍ଡର ଅକ୍ଷର ପଟେଲ (୯୮ ରନ୍‌, ୬୧ ବଲ, ୧୩ ଚୌକା, ୩ ଛକା) ଓ ବିରାଟ ସିଂ (୭୬ ରନ୍‌, ୯୬ ବଲ୍‌, ୩ ଚୌକା, ୩ ଛକା) ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ୍‌ ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୀନେଶ କାର୍ତ୍ତିକ ୩୪, ସୂର୍ଯ୍ୟକୁମାର ଯାଦବ ୧୦, ଗିଲ୍‌ ୧, ଅନ୍‌ମୋଲପ୍ରୀତ୍‌ ସିଂ ୨୩, ପ୍ରିୟମ ଗର୍ଗ ୧୮ ରନ୍‌ କରିଥିଲେ। ଇଣ୍ଡିଆ-ବି’ ପକ୍ଷରୁ ଶାହବାଜ ନଦିମ ୨ ଏବଂ ବିଜୟ ଶଙ୍କର, ମହମ୍ମଦ ସିରାଜ ଓ ନୀତୀଶ ରାଣା ଗୋଟିଏ ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଜବାବରେ ଯୁବ ଲେଗ୍‌-ସ୍ପିନର ମୟଙ୍କ ମାର୍କଣ୍ଡେଙ୍କୁ ସାମ୍ନା କରି ନ ପାରି ଇଣ୍ଡିଆ-ବି’ ୪୩.୪ ଓଭରରେ ୧୪୪ ରନ୍‌ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ବାବା ଅପରାଜିତ ସର୍ବାଧିକ ୫୩ ରନ୍‌ ସଂଗ୍ରହ କରିଥିଲେ। ମାର୍କଣ୍ଡେ ୧୦ ଓଭରରେ ୨୫ ରନ୍‌ ବ୍ୟୟକରି ୪ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri