ଦେଢ଼ମାସର ପୁଅକୁ ଶ୍ୱାସରୁଦ୍ଧ କରି ହତ୍ୟା: ଅଭିଯୁକ୍ତ ବାପ ଗିରଫ

ଭଦ୍ରକ ଅଫିସ, ୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲଟୁଆ ନୂଆକଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ରକରି ଟୁବୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ନିଜ ଦେଢ଼ମାସର ପୁଅକୁ ଗତ ୩୦ ତାରିଖରେ ଶ୍ୱାସରୁଦ୍ଧ କରି ହତ୍ୟା କରିବା ପରେ ମାଟି ଖୋଳି ପୋତି ଦେଇଥିଲେ। ତାଙ୍କ ସ୍ତ୍ରୀ ନନ୍ଦିନୀ ୯ ଦିନ ପରେ ଶନିବାର ସନ୍ଧ୍ୟାରେ ଏ ନେଇ ଟାଉନ ଥାନାରେ ଏତଲା ଦେବା ପରେ ଘଟଣା ପଦାକୁ ଆସିଛି। ଟାଉନ ଥାନା ପୋଲିସ ଶନିବାର ରାତିରେ ମାମଲା(ନଂ.୨୬୨/୧୯) ରୁଜୁ କରି ଅଭିଯୁକ୍ତ ଟୁବୁଙ୍କୁ ଆଣି ଅଟକ ରଖିଥିଲା। ରବିବାର ପୋଲିସ ତାଙ୍କୁ ଘଟଣାସ୍ଥଳକୁ ସାଙ୍ଗରେ ନେଇ ତଦନ୍ତ କରିଥିଲା। ରବିବାର ମାଜିଷ୍ଟ୍ରେଟ୍‌ ନ ରହିବା ଯୋଗୁ ମାଟି ତଳୁ ମୃତଦେହ ଖୋଳାଯାଇ ପାରି ନ ଥିଲା। ସୀମା ନିର୍ଦ୍ଧାରଣ ପାଇଁ ଆର୍‌ଆଇ ଘଟଣାସ୍ଥଳରେ ପହଞ୍ଚିବା ପରେ ଉକ୍ତ ଅଞ୍ଚଳ ଗ୍ରାମାଞ୍ଚଳ ଥାନା ଅଧୀନରେ ଯାଉଥିବା ସ୍ଥିର ହୋଇଥିଲା। ଏହାପରେ ଗ୍ରାମାଞ୍ଚଳ ଥାନାଧିକାରୀ ପ୍ରଭାଂସୁ ମିଶ୍ର ଟାଉନ ଥାନାରେ ଅଟକ ଥିବା ଟୁବୁଙ୍କୁ ହତ୍ୟା ମାମଲାରେ ଗିରଫ କରିଛି। ଏ ନେଇ ଗ୍ରାମାଞ୍ଚଳ ଥାନାରେ ମାମଲା(ନଂ.୪୮୨/୧୯) ରୁଜୁ ହୋଇଛି। ସୋମବାର ମାଟି ଖୋଳି ଶିଶୁପୁତ୍ରର ମୃତଦେହ ବାହାର କରାଯାଇ ସାଇଣ୍ଟିଫିକ୍‌ ଟିମ୍‌ ଦ୍ୱାରା ତଦନ୍ତ କରାଯିବ ବୋଲି ସୂଚନା ଦିଆଯାଇଛି।
ଅଭିଯୋଗ ଅନୁଯାୟୀ, ଟୁବୁ ମଦ୍ୟପାନ କରି ଘରେ କଳହ କରୁଥିଲେ। ଗତ ୩୦ ତାରିଖ ରାତିରେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ଟୁବୁ ତାଙ୍କ ଦେଢ଼ମାସର ଶିଶୁପୁତ୍ରକୁ ନେଇ ଘରେ ତାଲା ପକାଇ ଶୋଇଥିଲେ। ନନ୍ଦିନୀଙ୍କୁ ଘରେ ପଶିବାକୁ ଦେଇ ନ ଥିଲେ। ତେଣୁ ସେ ଦୁଇଝିଅଙ୍କୁ ଧରି ବାରଣ୍ଡାରେ ଶୋଇଥିଲେ। ମାତ୍ର ଅନେକ ସମୟ ଧରି ପୁଅର ପାଟି ନ ଶୁଭିବାରୁ ନନ୍ଦିନୀ କବାଟ ବାଡ଼େଇବା ପରେ ଟୁବୁ ଖୋଲିଥିଲେ। ସେତେବେଳକୁ ପୁଅର ମୃତ୍ୟୁ ହୋଇସାରିଥିଲା। ଦୁହେଁ ବୁଝାମଣା ଭିତ୍ତିରେ ଘର ନିକଟରେ ଗାତ ଖୋଳି ପୁଅର ମୃତଦେହକୁ ପୋତି ଦେଇଥିଲେ। ହେଲେ ଗତ ଶନିବାର ଟୁବୁ ତାଙ୍କୁ ପିଟିବାରୁ ସେ ଥାନାରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri