ଦେଢ଼ମାସ ପରେ ସୋଲାର ପ୍ରକଳ୍ପ ଅଚଳ

କୋରୁକୋଣ୍ଡା,୬ା୬(ଡି.ଏନ.ଏ.)-ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲି ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମରେ ଜଳ ଯୋଗାଣ ବନ୍ଦ ହେତୁ ଲୋକେ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପ୍ରାୟ ୨୨ ପରିବାରର ଶତାଧିକ ଲୋକ ବସବାସ କରୁଥିବା ଏହି ଗ୍ରାମରେ ପାନୀୟ ଜଳ ସମସ୍ୟା ଦୂର ଲାଗି ୫ମାସ ତଳେ ଗ୍ରାମରେ ଏକ ସୋଲାର ପ୍ରକଳ୍ପ ନିର୍ମାଣ ହୋଇଥିଲା। ମାତ୍ର ତାହା ଦେଢ଼ମାସ ବ୍ୟବହାର ପରେ ଅଚଳ ହୋଇପଡ଼ିଥିଲା। ୩ମାସ ବିତିଯାଇଥିଲେ ମଧ୍ୟ ଏହାକୁ ମରାମତି କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ସୋଲାର ପ୍ରକଳ୍ପ ନିର୍ମାଣ କରିଥିବା ଠିକାଦାରଙ୍କୁ ଗ୍ରାମବାସୀ କହିବାରୁ ସେ କାଲିକାଲି କହି ଦିନ ଗଡ଼ାଇ ଚାଲିଛନ୍ତି। ଏଥିପ୍ରତି ବ୍ଲକ ପ୍ରଶାସନ ଦୃଷ୍ଟିଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri