ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି, ଉପକୂଳବର୍ତ୍ତୀ ଗ୍ରାମବାସୀ ଆତଙ୍କିତ

କାକଟପୁର,୧୧।୯(ଡି.ଏନ୍‌.ଏ.): ଲଗାଣ ବର୍ଷା ଏବଂ ହୀରାକୁଦ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେବା ପରେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କ୍ରମରେ କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇଛି। ଏଣୁ ନଦୀ ଉପକୂଳବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ନଦୀର ବାଉରିଆକଣଠାରେ ବିପଦ ସଙ୍କେତ ସ୍ତର ୪.୯୩ମିଟର ରହିଥିବା ବେଳେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏହା ୪.୪୫ମିଟର ରହିଥିବା କାକଟପୁର ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ ତପନ କୁମାର ନାୟକ କହିଛନ୍ତି। ଏହାକୁ ନେଇ କାକଟପୁର ଜଳସେଚନ ଉପକଣ୍ଠ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାଉରିଆକଣ, ଷାଠିିବୋଟି, ଅସନ ପ୍ରଭୃତି ସ୍ଥାନରେ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ପାଟ୍ରୋଲିଂ କରାଯାଉଥିବା ବେଳେ ସମ୍ବେଦନଶୀଳ ବନ୍ଧ ଉପରେ ତୀକ୍ଷ୍ଣ ଦୃଷ୍ଟି ରଖାଯାଇଥିବା ଉପ ନିର୍ବାହୀ ଯନ୍ତ୍ରୀ ପ୍ରତାପ କୁମାର ବିଶ୍ୱାଳ କହିଛନ୍ତି। ତେବେ ଆଗକୁ ଅମାବାସ୍ୟା ତିଥି ଥିବାରୁ ସମୁଦ୍ର ଅଶାନ୍ତ ରହିପାରେ। ଏପରିସ୍ଥଳେ ଯଦି ହିରାକୁଦ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ଶନିବାର ପର୍ଯ୍ୟନ୍ତ ଜାରି ରହିଲେ ପରିସ୍ଥିତି ଜଟିଳ ହେବା ଆଶଙ୍କା କରାଯାଉଛି। ଏବେ କୌଣସି ସମସ୍ୟା ନାହିଁ। ଜରୁରୀ ପରିସ୍ଥିତି ପାଇଁ ବାଲିବସ୍ତା, ବଲ୍ଲା ଆଦି ମହଜୁଦ ରଖାଯାଇଥିବା ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri