ଦେବୀ ନଦୀରେ ବନ୍ୟାଜଳ :ବାଉରିଆକଣରେ ବିପଦ ସଙ୍କେତଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ, ଲୋକେ ଆତଙ୍କିତ

କାକଟପୁର,୧୫ା୮(ଡି.ଏନ୍‌.ଏ.): ଦେବୀ ନଦୀରେ ବନ୍ୟାଜଳ ବୁଧବାରଠାରୁ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗୁରୁବାର ପ୍ରାୟ ୨ଟାରେ ବନ୍ୟାଜଳ ବାଉରିଆକଣଠାରେ ବିପଦସଙ୍କେତ ଟପି ପ୍ରବାହିତ ହେଉଥିବାରୁ ନଦୀ ତଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବାଉରିଆକଣଠାରେ ବିପଦସଙ୍କେତସ୍ତର ୪.୯୩ ମିଟର ରହିଥିବାବେଳେ ଏଠାରେ ବନ୍ୟାଜଳ ୫.୨୦ ମିଟରରେ ପ୍ରବାହିତ ହେଉଥିବା ଜଣାପଡ଼ିଛି। ଗୁରୁବାର ପୂର୍ଣ୍ଣିମା ତିଥି ଥିବାରୁ ସମୁଦ୍ର ଅଶାନ୍ତ ରହିଛି। ଦେବୀନଦୀ ମୁହାଣଠାରେ ବନ୍ୟାଜନ ଠିକ୍‌ଭାବେ ସମୁଦ୍ରକୁ ନିଷ୍କାସନ ହୋଇପାରୁ ନାହିଁ। ଅପରପକ୍ଷରେ ଉପରମୁଣ୍ଡରେ ଅଧିକ ବର୍ଷା କାରଣରୁ ହୀରାକୁଦ ଡ୍ୟାମ୍‌ର ୧୬ଟି ଗେଟ୍‌ ଖୋଲାଯାଇଛି।
ଏଣୁ ଦେବୀନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। କାକଟପୁର ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ପ୍ରତାପ ବିଶ୍ୱାଳ, କନିଷ୍ଠଯନ୍ତ୍ରୀ ତପନ କୁମାର ନାୟକ ପ୍ରମୁଖ ନଦୀବନ୍ଧର ଦୁର୍ବଳସ୍ଥାନ ବୁଲି ଦେଖିବା ସହିତ ବାଲିବସ୍ତା, ବଲ୍ଲା ପ୍ରଭୃତି ମହଜୁଦରଖି ପାଟ୍ରୋଲିଂ ଜାରି ରଖିଛନ୍ତି। ବନ୍ୟା ଜଳ ନଦୀ ଦେଇ ସମୁଦ୍ରକୁ ଯେପରି ସୁଚାରୁରୂପେ ପ୍ରବାହିତ ହୋଇଯିବ ସେ ଦିଗରେ ତୀକ୍ଷ୍ଣ ଦୃଷ୍ଟି ରଖାଯାଇଥିବା ଉପନିର୍ବାହୀଯନ୍ତ୍ରୀ କହିଛନ୍ତି। ତେବେ ସମ୍ଭାବ୍ୟ ବନ୍ୟା ଆଶଙ୍କାରେ କାକଟପୁର ଓ ଅସ୍ତରଙ୍ଗ ବ୍ଲକର ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri