ଦେଶକୁ ମାଡ଼ି ଆସୁଛି ଆର୍ଥିକ ସୁନାମୀ: ରାହୁଲ

ନୂଆଦିଲ୍ଲୀ,୧୭।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି ଦେଶକୁ ଆର୍ଥିକ ସୁନାମୀ ମାଡି ଆସୁଛି। ଦେଶରେ ଏବେ କରୋନା ଭାଇରସ କାୟା ବିସ୍ତାର କରୁଥିବା ବେଳେ ଭବିଷ୍ୟତରେ ଭାରତର ଅର୍ଥ ବ୍ୟବସ୍ଥା ଆହୁରି ବିଗିଡି ଯିବ ବୋଲି ସେ କହିଛନ୍ତି। କିଛିଦିନ ହେବ ସେ ଏହାକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କେହି ତାଙ୍କ କଥା ଶୁଣୁ ନ ଥିବା ସେ କହିଛନ୍ତି। ୟସ୍‌ ବ୍ୟାଙ୍କର ସ୍ଥିତିକୁ ଦେଖି ରାହୁଲ ଏପରି କହିଥିବା ସ୍ପଷ୍ଟ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି କେବଳ ୟସ୍‌ ବ୍ୟାଙ୍କ କାହିଁକି ଆହୁରି କିଛି ବ୍ୟାଙ୍କ ମଧ୍ୟ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବାରୁ ଭବିଷ୍ୟତରେ ଦେଶ ଆର୍ଥିକ ସୁନାମୀର ଶିକାର ହେବାକୁ ଯାଉଛି ବୋଲି ସେ କହିଛନ୍ତି। ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri