Posted inଜାତୀୟ

ଦେଶବାସୀଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୫: ଇଦ-ଉଲ-ଫିତର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ବାର୍ତ୍ତାରେ ମୋଦି କହିଛନ୍ତି, ଏହି ପର୍ବ ପ୍ରେମ, ଶାନ୍ତି, ଭାତୃତ୍ୱ ଏବଂ ଏକତାର ନିଦର୍ଶନ। ସମସ୍ତଙ୍କ ସୁଖ ଏବଂ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ। ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ବାର୍ତ୍ତାରେ କହିଛନ୍ତି, ଆମେ କୋଭିଡ-୧୯ ଭୂତାଣୁ ଦାରା ସୃଷ୍ଟି ହୋଇଥିବା ସଙ୍କଟର ସମ୍ମୁଖୀନ ହେଉଛୁ, ତେଣୁ ଆମେ ଆମର ପ୍ରଦାନ କରିବାର ଜିଜ୍ଞାସାକୁ ଅଧିକ ଜୋରଦାର କରିବା ଓ ଏହି ସଙ୍କଟପୂର୍ଣ୍ଣ ଆହାନକୁ ଦୂରେଇବା ପାଇଁ ସାମାଜିକ ଦୂରତା ନିୟମ ଏବଂ ଅନ୍ୟ ସମସ୍ତ ସତର୍କତା ପାଳନ କରିବାର ଶପଥ ନେବା। ସେହିପରି ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ଇଦକୁ ପରିବାର ଏବଂ ସମ୍ପ୍ରଦାୟକୁ ଏକତ୍ରିତ କରୁଥିବା ଏକ ପର୍ବ ଭାବେ ବର୍ଣ୍ଣନା କରି ଏହି ଉତ୍ସବ ସମୟରେ ସାମାଜିକ ଦୂରତା ଏବଂ ସୁରକ୍ଷା ନିୟମକୁ ପାଳନ କରିବାକୁ ସମସ୍ତଙ୍କୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri