ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ

ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ କରୋନା ଭାଇରସ୍‌ରେ ଜଣେ ଖବରଦାତା ସଂକ୍ରମିତ ହୋଇଥିବା ଘଟଣା ହେଉଛି ପ୍ରଥମ। ଯେଉଁ ଖବରଦାତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି ତାଙ୍କର ଯାଞ୍ଚ ଝିଅର ରିପୋର୍ଟ ପଜିଟିଭ୍‌ ଆସିବା ପରେ କରାଯାଇଥିଲା। ବୁଧବାର ଉକ୍ତ ପୀଡ଼ିତଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୦ରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ ନିଜ ପଦରୁ ଇସ୍ତଫା ଦେବା ପାଇଁ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂହ ଓ କଂଗ୍ରେସର ବହୁ ବିଧାୟକଙ୍କ ସମେତ ୨୦୦ ଖବରଦାତା ସାମିଲ ହୋଇଥିଲେ। ଉକ୍ତ ସମ୍ମିଳନୀରୁ ଆସିବା ପରେ ଜଣେ ଖବରଦାତାଙ୍କ ଯାଞ୍ଚ ରିପୋର୍ଟରେ କରୋନା ପଜିଟିଭ୍‌ ମିଳିଥିଲା। ଏହି ଖବର ଜଣାପଡ଼ିବା ପରେ ସେଦିନ ସେଠାରେ ଉପସ୍ଥିତ ଥିବା ସମସ୍ତ ଖବରଦାତାଙ୍କୁ ସୁରକ୍ଷା ଦୃଷ୍ଟିରୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷେ ଏହି ଖବର ପ୍ରଘଟ ହେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ନିଜକୁ ଆଇସୋଲେଶନ୍‌ରେ ରଖିଥିବା ସୂଚନା ମିଳିଛି। ସୂଚନା ମୁତାବକ ମଧ୍ୟପ୍ରଦେଶରେ ଏପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri