ଦେଶରେ ମାନ୍ଦାବସ୍ଥା ନାହିଁ: ରବି ଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧୩-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ପ୍ରସଙ୍ଗକୁ କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଖଣ୍ଡନ କରିଛନ୍ତି। ତାଙ୍କ ଯୁକ୍ତିକୁ ପ୍ରମାଣିତ କରିବା ପାଇଁ ସେ ସିନେମାରୁ ହେଉଥିବା ଆୟର ସାହାରା ନେଇଛନ୍ତି। ସେ କହିଛନ୍ତି ୨ ଅକ୍ଟୋବରରେ ରିଲିଜ ହୋଇଥିବା ୩ ସିନେମା ୧୨୦ କୋଟି ଟଙ୍କା ଆୟ କରିଛନ୍ତି। ଅର୍ଥ ବ୍ୟବସ୍ଥା ଭଲ ସ୍ଥିତିରେ ଥିବାରୁ ସିନେମାଗୁଡିକ ବକ୍ସ ଅଫିସରେ ଉନ୍ନତ ପ୍ରଦର୍ଶନ କରିଥିବା ସେ ମତ ଦେଇଛନ୍ତି। ସେହିଭଳି ନ୍ୟାଶନାଲ ସାମ୍ପୁଲ ସର୍ଭେ ଅଫିସ( ଏନ୍‌ଏସ୍‌ଏସ୍‌ଓ) ଦେଇଥିବା ନିଯୁକ୍ତି ତଥ୍ୟକୁ ସେ ଭୁଲ ଦର୍ଶାଇଛନ୍ତି। ଅର୍ଥ ବ୍ୟବସ୍ଥାରେ କୌଣସି ମାନ୍ଦାବସ୍ଥା ନ ଥିବା ଶନିବାର ଏକ ଖବରଦାତା ସମ୍ମିଳନୀରେ ରବିଶଙ୍କର ପ୍ରସାଦ ପ୍ରକାଶ କରିଛନ୍ତି। ଏନ୍‌ଏସ୍‌ଏସ୍‌ଓର ନିଯୁକ୍ତି ରିପୋର୍ଟକୁ ନେଇ ପ୍ରଶାଦ କହିଛନ୍ତି ଯେ, ଉକ୍ତ ରିପୋର୍ଟ ଭୁଲ। ରିପୋର୍ଟରେ ନ ଥିବା ୧୦ ପ୍ରାସଙ୍ଗିକ ରିପୋର୍ଟ ସେ ପ୍ରଦାନ କରିଥିବା ମତ ରଖିଛନ୍ତି। ସରକାର କେବେ କହି ନାହାନ୍ତି ଯେ, ସମସ୍ତଙ୍କୁ ସରକାରୀ ଚାକିରି ଦିଆଯିବ। କିଛି ଲୋକ ଜାଣିଶୁଣି ଭ୍ରମ ସୃଷ୍ଟି କରୁଛନ୍ତି। ସୂଚନା ଯୋଗ୍ୟ, ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫%କୁ ଖସି ଆସିଛି। ରିଜର୍ଭ ବ୍ୟାଙ୍କ ସମେତ ଦେଶର ବଡ ବଡ ଏଜେନ୍ସି ଗୁଡିକ ଦେଶର ଅଭିବୃଦ୍ଧି ଆକଳନକୁ କମାଇଛନ୍ତି। ଅପରପକ୍ଷରେ ଦେଶର ଅର୍ଥ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri