ଦେଶରେ ୨୪ ଘଣ୍ଟାରେ ୪ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୧।୫: ଚିନ୍ତାରେ ପକାଇଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୪,୨୧୩ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭,୧୫୨ରେ ପହଞ୍ଚିଛି। ସୋମବାର ସକାଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୪,୦୨୯ଜଣଙ୍କ ଚିକିତ୍ସା ଚାଲୁଥିବା ବେଳେ ୨୦,୯୧୬ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଏବେସୁଦ୍ଧା ଦେଶରେ ୨,୨୦୬ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ତେବେ ମହାରାଷ୍ଟ୍ରରେ ସର୍ବାଧିକ ୨୨,୧୭୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଗୁଜରାଟରେ ୮,୧୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜଧାନୀ ଦିଲ୍ଲୀରେ ୬,୯୨୩ ଥିବା ବେଳେ ତାମିଲନାଡୁରେ ୭,୨୦୪ ଜଣ ସଂକ୍ରମିତ ରହିଛନ୍ତି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୮୩୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁଜରାଟରେ ୪୯୩ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?