ଦେଶର ୧୭୦ ହଟ୍‌ସ୍ପଟ୍‌ ଜିଲା ତାଲିକାରେ ଖୋର୍ଦ୍ଧା

ନୂଆଦିଲ୍ଲୀ/ଭୁବନେଶ୍ୱର, (ବ୍ୟୁରୋ)୧୬ା୪: ଭାରତର ୧୭୦ଟି ଜିଲାକୁ କରୋନା ହଟ୍‌ସ୍ପଟ ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଏଥିରେ ରହିଛି ଓଡ଼ିଶାର ଖୋର୍ଦ୍ଧା ଜିଲା। ଏଥିସହିତ ୨୦୭ଟି ଜିଲାକୁ ଅଣହଟ୍‌ସ୍ପଟ ତାଲିକାରେ ରଖାଯାଇଛି। ଅଣହଟ୍‌ସ୍ପଟ ଜିଲା ମଧ୍ୟରେ ଓଡ଼ିଶାର ୭ଟି ଜିଲା- କଟକ, ଯାଜପୁର, କଳାହାଣ୍ଡି, ପୁରୀ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସୁନ୍ଦରଗଡ଼ ରହିଛି। ସେହିପରି କ୍ଲଷ୍ଟର ହଟ୍‌ସ୍ପଟ ଜିଲା ତାଲିକାରେ ଓଡ଼ିଶାର ଭଦ୍ରକ ରହିଛି। ହଟସ୍ପଟର ନିଷିଦ୍ଧାଞ୍ଚଳଗୁଡ଼ିକରେ ସ୍ବତନ୍ତ୍ର ଟିମ୍‌ କାର୍ଯ୍ୟ କରିବେ। ସେମାନେ ଘରକୁ ଘର ଯାଇ ସର୍ଭେ କରିବା ସହ କୋଭିଡ୍‌-୧୯ ଓ ଇନ୍‌ଫ୍ଲୁଏଞ୍ଜା ଭଳି ରୋଗ ସମ୍ପର୍କରେ ନମୁନା ପରୀକ୍ଷା କରିବେ। ହଟ୍‌ ଜୋନ୍‌ରେ ଆଗାମୀ ୨୮ ଦିନ ପର୍ଯ୍ୟନ୍ତ କଟକଣା ଜାରି ରହିବ। ଉକ୍ତ ଅଞ୍ଚଳର ସମସ୍ତ କରୋନା ରୋଗୀ ଭଲ ହେବା ଏବଂ ନୂଆ ରୋଗୀ ଚିହ୍ନଟ ନ ହେବା ପର୍ଯ୍ୟନ୍ତ କଟକଣା କାର୍ଯ୍ୟକାରୀ କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ହଟ୍‌ସ୍ପଟ (ରେଡ୍‌ ଜୋନ୍‌)ର ପରିଧି ୩ କିଲୋମିଟର ହେବାକୁ ଥିବାବେଳେ ବଫର ଜୋନ୍‌ (ଅରେଞ୍ଜ ଜୋନ୍‌) ପରିଧି ୭ କିଲୋମିଟର ରହିବ। ସଂକ୍ରମଣର କେନ୍ଦ୍ରସ୍ଥଳ ସମ୍ପର୍କରେ ରାଜ୍ୟ ଓ ଜିଲା ପ୍ରଶାସନ ନିଷ୍ପତ୍ତି ନେବେ। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ କରୋନା ଗୋଷ୍ଠୀ ସଂକ୍ରମଣ ରୂପ ନେଇନାହିଁ। ସଂକ୍ରମଣ ରୋକିବା ଓ ଶୃଙ୍ଖଳ ଭାଙ୍ଗିବା ଲାଗି ସାମୂହିକ ଉଦ୍ୟମ ଆବଶ୍ୟକ। ଲକ୍‌ଡାଉନ ବେଳେ ପ୍ରତିଶେଧକ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ ବୋଲି ଯୁଗ୍ମ ସ୍ବାସ୍ଥ୍ୟ ସଚିବ ଲବ୍‌ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri