ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ

କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର ଉତ୍ପାଦନ ସହିତ ଏଥିରୁ ମୂଲ୍ୟଯୁକ୍ତ ପଦାର୍ଥ ପ୍ରସ୍ତୁତ କରି ବଜାରରେ ଉପଲବ୍ଧ କରିବା ପାଇଁ ଆନ୍ତର୍ଜାତିକ ମତ୍ସ୍ୟ ଗବେଷଣା ସଂସ୍ଥା ୱାର୍ଲଡଫିସ୍‌ ପକ୍ଷରୁ ଯୋଜନା କରାଯାଇଛି। ମାଲେସିଆରେ ଥିବା ଏହି ସଂସ୍ଥା ରାଜ୍ୟ ସରକାରଙ୍କ ସହିତ ଏଥିଲାଗି ୫ ବର୍ଷିଆ ଚୁକ୍ତି କରିଛି। ଏନେଇ କଟକସ୍ଥିତ ମତ୍ସ୍ୟ ନିର୍ଦ୍ଦେଶାଳୟଠାରେ ୱାର୍ଲଡଫିସ୍‌ ସଂଗଠନ ପକ୍ଷରୁ କାର୍ଯ୍ୟ ଆରମ୍ଭ କରାଯାଇଛି। ଏପରି କି ଏକ ପ୍ରତିନିଧିମଣ୍ଡଳୀ କୋଚିନ ଗସ୍ତରେ ଯାଇ ଭାରତ ସରକାରଙ୍କ କେନ୍ଦ୍ରୀୟ ମତ୍ସ୍ୟ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କରିଥିଲେ। ୱାର୍ଲଡଫିସ ସଂଗଠନର ପ୍ରକଳ୍ପ ପ୍ରବନ୍ଧକ ଡ. ବୈଷ୍ଣବ ଚରଣ ରଥ, ରୁଚି ଉଦ୍ୟୋଗର ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ ଓ ଫାଲକନ ମେରାଇନ ଏକ୍ସପୋର୍ଟର ବିକ୍ରୟ ପ୍ରବନ୍ଧକ ସ୍ବଦେଶ ଷଡଙ୍ଗୀ ଏହି ପ୍ରତିନିଧିମଣ୍ଡଳୀରେ ସାମିଲ ଥିଲେ। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ମତ୍ସ୍ୟ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ସି. ରବିଶଙ୍କରଙ୍କ ସହିତ ପ୍ରତିନିଧିମଣ୍ଡଳୀର ବିସ୍ତୃତ ଆଲୋଚନା ହୋଇଥିଲା। ପ୍ରତିନିଧିମଣ୍ଡଳୀ ମାଛରୁ ବିଭିନ୍ନ ଗୁଣାତ୍ମକ ଖାଦ୍ୟ ପ୍ରସ୍ତୁତି, ଓଡ଼ିଶାରେ ତାହାର ବହୁଳ ଉତ୍ପାଦନ ଓ ପ୍ରସାର ସମ୍ପର୍କରେ ବୈଠକରେ ଆଲୋଚନା କରିଥିଲେ।
ରାଜ୍ୟ ମତ୍ସ୍ୟ ବିଭାଗ ସହଯୋଗରେ ମହିଳା ସ୍ବଂୟ ସହାୟକ ଗୋଷ୍ଠୀ ଜରିଆରେ ପଞ୍ଚାୟତ ପୋଖରୀକୁ ଦୀର୍ଘମିଆଦୀ ଲିଜ୍‌ ସୂତ୍ରରେ ଦିଆଯାଇଛି। ମାଛଚାଷ କାର୍ଯ୍ୟକ୍ରମରେ ଅନୂ୍ୟନ ୧୫୦୦ ହେକ୍ଟର ପରିମିତ ପୋଖରୀରେ ମାଛଚାଷ କରାଯାଉଛି। ଏ ବର୍ଷ ଏହାକୁ ଦ୍ୱିଗୁଣିତ କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ୱାର୍ଲଡଫିସ୍‌ର ପ୍ରବନ୍ଧକ ଡ. ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri