Posted inଜାତୀୟ

ଦେଶ କରୋନା ସହ ଲଢୁଥିବା ବେଳେ କଂଗ୍ରେସ ଲଢୁଛି କେନ୍ଦ୍ର ସହ: ଜାଭେଡକର

ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକର କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସାରା ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ କଂଗ୍ରେସ କିନ୍ତୁ ଲଢୁଛି କେନ୍ଦ୍ର ସରକାରଙ୍କ ସହ। ପରୋକ୍ଷରେ ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଏହି ସମୟରେ ରାହୁଲଙ୍କ କର୍ମୀମାନେ କରୋନାକୁ ନେଇ କୌଣସି କନଷ୍ଟ୍ରକଟିଭ ଆଇଡିଆ ଦେବା ପରିବର୍ତ୍ତେ କେନ୍ଦ୍ର ସରକାରଙ୍କ କରୋନା ଯୁଦ୍ଧକୁ ନେଇ ସମାଲୋଚନା କରିବା ନିନ୍ଦନୀୟ ବିଷୟ। ନିକଟରେ ରାହୁଲ କେନ୍ଦ୍ର ସରକାରଙ୍କ ବର୍ଦ୍ଧିତ ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତା ପ୍ରଦାନ ନ କରିବା ନିଷ୍ପତ୍ତିକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ। ଏହାକୁ ନେଇ ପ୍ରକାଶ ଜାଭେଡକର ରାହୁଲଙ୍କ ଏଭଳି ଟୁଇଟକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri