Posted inଜାତୀୟ

ଦେଶ ସ୍ବାଧୀନତା ପାଇଁ ଏଭଳି ପଦବୀ ଛାଡିଥିଲେ ନେତାଜୀ

ସାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଓଡ଼ିଶାର କଟକ ସହରଠାରେ ଜନ୍ମ ନେଇଥିଲେ। ତାଙ୍କ ପିତା ଥିଲେ ଜଣେ ଆଇନଜୀବୀ। ଚଉଦ ଭାଇଭଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ। ଅନ୍ୟ ଭଉଣୀଭାଇଙ୍କ ପରି ତାଙ୍କ ଶିକ୍ଷା ବାପଟିଷ୍ଟ ମିଶନଦ୍ୱାରା ପରିଚାଳିତ ପ୍ରୋଟେଷ୍ଟାଣ୍ଟ ଇଉରୋପିଆନ ସ୍କୁଲରେ ଜାନୁଆରୀ ୧୯୦୨ରେ ଆରମ୍ଭ ହେଲା। ୧୯୦୯ରେ କଟକର ରେଭେନ୍ସା କଲେଜିଏଟ ସ୍କୁଲକୁ ସ୍ଥାନାନ୍ତରଣ ପରେ ସେହିଠାରୁ ସେ ୧୯୧୩ରେ ମ୍ୟାଟ୍ରିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ରଖି ଉତ୍ତୀର୍ଣ୍ଣ ହେଲେ। ପ୍ରଥମଟି ଦିନରୁ ହିଁ ତାଙ୍କ ପ୍ରଧାନଶିକ୍ଷକ ବେନିମାଧବ ଦାସ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ।
ମାଧ୍ୟମିକ ଶିକ୍ଷା ସମାପ୍ତ କଲାପରେ କଲିକତାର ପ୍ରେସିଡେନ୍ସୀ କଲେଜରେ ଦର୍ଶନ ଶାସ୍ତ୍ର ଏବଂ ସ୍କଟିସ ଚର୍ଚ୍ଚ କଲେଜରେ ପାଠ ପଢ଼ିଥିଲେ। ପ୍ରେସିଡେନ୍ସି କଲେଜରେ ପଢୁଥିବା ସମୟରେ ଅଧ୍ୟାପକ ଓଟେନଙ୍କ ଭାରତ ବିରୋଧୀ ମନ୍ତବ୍ୟରେ କ୍ଷୁବ୍ଧ ହୋଇ ଅନ୍ୟ ପିଲାଙ୍କ ସହିତ ତାଙ୍କୁ ଦୁର୍ବ୍ୟବହାର କରିଥିବା କାରଣରୁ କଲେଜରୁ ବହିଷ୍କୃତ ହୋଇଥିଲେ। ୧୯୧୯ ମସିହାରେ ପିତାଙ୍କ ବାଧ୍ୟବାଧ୍ୟକତାରେ ବିଲାତ ଯାଇ ୧୯୨୦ରେ ଭାରତୀୟ ସିଭିଲ୍‌ ସର୍ଭିସ୍‌ (ଆଇ.ସି.ଏସ) ପରୀକ୍ଷାରେ ଚତୁର୍ଥ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୨୧ରେ ଆଇସିଏସର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଘଟିଥିଲା, ତେଣୁ ସେ ଅଧାରୁ ତାଲିମ ଛାଡ଼ି ଭାରତ ଫେରି ଆସିଥିଲେ। ଏଭଳି ନିଷ୍ପତ୍ତିକୁ ତାଙ୍କ ପିତା ବିରୋଧ କରିଥିଲେ। ଏହାପରେ ସୁଭାଷ ଚନ୍ଦ୍ର ବୋଷ ବଡ ଭାଇଙ୍କୁ ଚିଠି ଲେଖି କହିଥିଲେ, ଇଂଲଣ୍ଡ ରାଜାଙ୍କ ପ୍ରତି କଥାରେ ଚାଲିବା ପାଇଁ ଶପଥ ନେବା ପୂର୍ବରୁ ଦେଶ ସେବାରେ ନିଜକୁ ଉତ୍ସର୍ଗ କରିବାକୁ ଉଚିତ୍‌ ମନେ କଲି। ଏହାପରେ ସେ ଭାରତୀୟ ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri