ଭଦ୍ରକ ଅଫିସ, ୧୭।୧- ଭଦ୍ରକ ଜିଲା ସଦର ବ୍ଲକ ଦୈସିଂ ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ୫୦ଲକ୍ଷ ଟଙ୍କାର ଦୁର୍ନୀତି ଘଟଣାକୁ ଏହାମଧ୍ୟରେ ୨ ବର୍ଷ ବିତିଯାଇଛି। ସେତେବେଳେ ଏ ନେଇ ଅଭିଯୋଗ ହେବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିଲା। ଏଯାଏ ତଦନ୍ତ ସରୁ ନାହିଁ। ଭିଜିଲାନ୍ସ ଓ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ ଜାରି ରହିଥିବା କୁହାଯାଉଛି। ପ୍ରଶାସନିକ ଅଧିକାରୀମାନେ ତଦନ୍ତ ଆଳରେ ଦିନ ଗଡ଼ାଇ ଚାଲିଥିବାରୁ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରୁନାହିଁ। ଫଳରେ ଲୋକେ ପ୍ରଶାସନର ତଦନ୍ତ ଉପରୁ ଆସ୍ଥା ହରାଇଥିବା କେତେଜଣ ବୁଦ୍ଧିଜୀବୀ ପ୍ରକାଶ କରିଛନ୍ତି। ଏହାକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଦୁର୍ନୀତିକୁ ଚାପି ଦେବା ଲାଗି ଉଦ୍ୟମ ହେଉଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି।
ଉଲ୍ଲେଖନୀୟ ଯେ, ଏହି ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଥିଲା। ସେତେବେଳେ କେତେକ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଥିଲା। ଅନ୍ୟପକ୍ଷେ ବିଳମ୍ବ ହେଲେ ମଧ୍ୟ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଥିଲା। ଇତିମଧ୍ୟରେ ୨୪ ମାସ ବିତିସାରିଥିଲେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। କେବଳ ସଦର ବ୍ଲକ ନୁହେଁ ଜିଲାର ଅନ୍ୟ ବ୍ଲକରେ ମଧ୍ୟ ଏହି ଯୋଜନାରେ ବହୁ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏପରିକି ପାଇଖାନା ତିଆରି ନ କରି ସରକାରୀ ଅନୁଦାନ ବାବଦକୁ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଛି। କେତେଜଣ ଅସାଧୁ କର୍ମଚାରୀ ନିଜ ସମ୍ପର୍କୀୟ, ଭାଇ ବନ୍ଧୁ ଓ ପଡ଼ୋଶୀଙ୍କୁ ହିତାଧିକାରୀ ଦର୍ଶାଇ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ୟାମ୍ପରିଂ କରି ଟଙ୍କା ହଡ଼ପ କରିଥିବାର ପ୍ରମାଣ ମିଳିସାରିଛି। କେତେ ପରିମାଣର ଟଙ୍କା କେତେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି ସେନେଇ ତନାଘନା କରାଯାଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଜିଲାପାଳ ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ପରେ ଡିଆର୍ଡିଏର ଦୁଇ ଅଧିକାରୀ ଥରୁଟିଏ ଦୈସିଂ ଅଞ୍ଚଳକୁ ଯାଇ ଫେରି ଆସିଛନ୍ତି। ଘଟଣାକୁ ଲୁଚାଇବା ଲାଗି ବିଭିନ୍ନ କୌଶଳ ଗ୍ରହଣ କରାଯାଉଥିବା ଅଭିଯୋଗ ହେଉଛି। ଦୈସିଂ ପଞ୍ଚାୟତର କୁସୁନନଗର ଓ ଏହା ଆଖପାଖ ଗଁାରେ ରାତାରାତି ପାଇଖାନା ନିର୍ମାଣ କରାଯାଇଥିବା କୁହାଯାଇଛି। ଏପରିକି ଗୋଟିଏ ପାଇଖାନାରେ ୨ରୁ ୩ ଥର ବିଭିନ୍ନ ରଙ୍ଗ ଦେଇ ହିତାଧିକାରୀଙ୍କ ଭିନ୍ନ ଭିନ୍ନ ନଁା ଦର୍ଶାଇ ଟଙ୍କା ଆତ୍ମସାତ୍ କରାଯାଇଥିବା ଜଣାପଡ଼ିଥିଲା। ସେଠାରେ ଜଣେ ମୋଟିଭେଟର ନିଜ ସମ୍ପର୍କୀୟ ଓ ବନ୍ଧୁବାନ୍ଧବଙ୍କ ଆକାଉଣ୍ଟକୁ ୭ରୁ ୮ ଥର ଟଙ୍କା ଟ୍ରାନ୍ସଫର କରିଥିବା ଭିଜିଲାନ୍ସ ତଦନ୍ତ ବେଳେ ପଦାକୁ ଆସିଥିଲା। ସମ୍ପୃକ୍ତ ହିତାଧିକାରୀଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟର ନକଲ ହାସଲ କରି ଭିଜିଲାନ୍ସ ଓ ପ୍ରଶାସନିକ ଅଧିକାରୀ ତଦନ୍ତ କରୁଥିବା ସୂଚନା ମିଳିଥିଲା। ଏହି ଦୁର୍ନୀତିରେ ତଳସ୍ତରରୁ ଉପର ପର୍ଯ୍ୟନ୍ତ କର୍ମଚାରୀଙ୍କ ସମ୍ପୃକ୍ତି ଥିବାରୁ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଲାଗି ପ୍ରଶାସନିକ ମହଲ ପଛଘୁଞ୍ଚା ଦେଉଥିବା ଚର୍ଚ୍ଚା ହେଉଛି। ସୂଚନାଥାଉ କି, ଦୈସିଂର ଅଜୟ କୁମାର ମହାନ୍ତି ସୂଚନା ଅଧିକାର ଆଇନ ବଳରେ ଏ ସମ୍ପର୍କରେ କେତେକ ତଥ୍ୟ ପଦାକୁ ଆଣି ଜିଲା ପ୍ରଶାସନଠାରୁ ଆରମ୍ଭକରି ସ୍ବଚ୍ଛ ଭାରତ ମିଶନ ପର୍ଯ୍ୟନ୍ତ ଦୃଷ୍ଟି ଆକର୍ଷଣ କରିଥିଲେ। ତଦନ୍ତ ପ୍ରକ୍ରିୟା ସମ୍ପର୍କରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସଙ୍କୁ ପଚାରିବାରୁ ତଦନ୍ତ ସରି ରିପୋର୍ଟ ଆସିସାରିଛି, ଖୁବ୍ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ View All
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
Archives


