ଦୈସିଂ ପଞ୍ଚାୟତ ପାଇଖାନା ଦୁର୍ନୀତି: ୨ ବର୍ଷ ବିତିଲା, ସରୁନି ତଦନ୍ତ

ଭଦ୍ରକ ଅଫିସ, ୧୭।୧- ଭଦ୍ରକ ଜିଲା ସଦର ବ୍ଲକ ଦୈସିଂ ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ୫୦ଲକ୍ଷ ଟଙ୍କାର ଦୁର୍ନୀତି ଘଟଣାକୁ ଏହାମଧ୍ୟରେ ୨ ବର୍ଷ ବିତିଯାଇଛି। ସେତେବେଳେ ଏ ନେଇ ଅଭିଯୋଗ ହେବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିଲା। ଏଯାଏ ତଦନ୍ତ ସରୁ ନାହିଁ। ଭିଜିଲାନ୍ସ ଓ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ ଜାରି ରହିଥିବା କୁହାଯାଉଛି। ପ୍ରଶାସନିକ ଅଧିକାରୀମାନେ ତଦନ୍ତ ଆଳରେ ଦିନ ଗଡ଼ାଇ ଚାଲିଥିବାରୁ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରୁନାହିଁ। ଫଳରେ ଲୋକେ ପ୍ରଶାସନର ତଦନ୍ତ ଉପରୁ ଆସ୍ଥା ହରାଇଥିବା କେତେଜଣ ବୁଦ୍ଧିଜୀବୀ ପ୍ରକାଶ କରିଛନ୍ତି। ଏହାକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଦୁର୍ନୀତିକୁ ଚାପି ଦେବା ଲାଗି ଉଦ୍ୟମ ହେଉଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି।
ଉଲ୍ଲେଖନୀୟ ଯେ, ଏହି ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଥିଲା। ସେତେବେଳେ କେତେକ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଥିଲା। ଅନ୍ୟପକ୍ଷେ ବିଳମ୍ବ ହେଲେ ମଧ୍ୟ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଥିଲା। ଇତିମଧ୍ୟରେ ୨୪ ମାସ ବିତିସାରିଥିଲେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। କେବଳ ସଦର ବ୍ଲକ ନୁହେଁ ଜିଲାର ଅନ୍ୟ ବ୍ଲକରେ ମଧ୍ୟ ଏହି ଯୋଜନାରେ ବହୁ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏପରିକି ପାଇଖାନା ତିଆରି ନ କରି ସରକାରୀ ଅନୁଦାନ ବାବଦକୁ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଛି। କେତେଜଣ ଅସାଧୁ କର୍ମଚାରୀ ନିଜ ସମ୍ପର୍କୀୟ, ଭାଇ ବନ୍ଧୁ ଓ ପଡ଼ୋଶୀଙ୍କୁ ହିତାଧିକାରୀ ଦର୍ଶାଇ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ୟାମ୍ପରିଂ କରି ଟଙ୍କା ହଡ଼ପ କରିଥିବାର ପ୍ରମାଣ ମିଳିସାରିଛି। କେତେ ପରିମାଣର ଟଙ୍କା କେତେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି ସେନେଇ ତନାଘନା କରାଯାଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଜିଲାପାଳ ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ପରେ ଡିଆର୍‌ଡିଏର ଦୁଇ ଅଧିକାରୀ ଥରୁଟିଏ ଦୈସିଂ ଅଞ୍ଚଳକୁ ଯାଇ ଫେରି ଆସିଛନ୍ତି। ଘଟଣାକୁ ଲୁଚାଇବା ଲାଗି ବିଭିନ୍ନ କୌଶଳ ଗ୍ରହଣ କରାଯାଉଥିବା ଅଭିଯୋଗ ହେଉଛି। ଦୈସିଂ ପଞ୍ଚାୟତର କୁସୁନନଗର ଓ ଏହା ଆଖପାଖ ଗଁାରେ ରାତାରାତି ପାଇଖାନା ନିର୍ମାଣ କରାଯାଇଥିବା କୁହାଯାଇଛି। ଏପରିକି ଗୋଟିଏ ପାଇଖାନାରେ ୨ରୁ ୩ ଥର ବିଭିନ୍ନ ରଙ୍ଗ ଦେଇ ହିତାଧିକାରୀଙ୍କ ଭିନ୍ନ ଭିନ୍ନ ନଁା ଦର୍ଶାଇ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଜଣାପଡ଼ିଥିଲା। ସେଠାରେ ଜଣେ ମୋଟିଭେଟର ନିଜ ସମ୍ପର୍କୀୟ ଓ ବନ୍ଧୁବାନ୍ଧବଙ୍କ ଆକାଉଣ୍ଟକୁ ୭ରୁ ୮ ଥର ଟଙ୍କା ଟ୍ରାନ୍ସଫର କରିଥିବା ଭିଜିଲାନ୍ସ ତଦନ୍ତ ବେଳେ ପଦାକୁ ଆସିଥିଲା। ସମ୍ପୃକ୍ତ ହିତାଧିକାରୀଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟର ନକଲ ହାସଲ କରି ଭିଜିଲାନ୍ସ ଓ ପ୍ରଶାସନିକ ଅଧିକାରୀ ତଦନ୍ତ କରୁଥିବା ସୂଚନା ମିଳିଥିଲା। ଏହି ଦୁର୍ନୀତିରେ ତଳସ୍ତରରୁ ଉପର ପର୍ଯ୍ୟନ୍ତ କର୍ମଚାରୀଙ୍କ ସମ୍ପୃକ୍ତି ଥିବାରୁ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଲାଗି ପ୍ରଶାସନିକ ମହଲ ପଛଘୁଞ୍ଚା ଦେଉଥିବା ଚର୍ଚ୍ଚା ହେଉଛି। ସୂଚନାଥାଉ କି, ଦୈସିଂର ଅଜୟ କୁମାର ମହାନ୍ତି ସୂଚନା ଅଧିକାର ଆଇନ ବଳରେ ଏ ସମ୍ପର୍କରେ କେତେକ ତଥ୍ୟ ପଦାକୁ ଆଣି ଜିଲା ପ୍ରଶାସନଠାରୁ ଆରମ୍ଭକରି ସ୍ବଚ୍ଛ ଭାରତ ମିଶନ ପର୍ଯ୍ୟନ୍ତ ଦୃଷ୍ଟି ଆକର୍ଷଣ କରିଥିଲେ। ତଦନ୍ତ ପ୍ରକ୍ରିୟା ସମ୍ପର୍କରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସଙ୍କୁ ପଚାରିବାରୁ ତଦନ୍ତ ସରି ରିପୋର୍ଟ ଆସିସାରିଛି, ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri