ଭଦ୍ରକ ଅଫିସ, ୩୧।୫ – ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ୫୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହାମଧ୍ୟରେ ୧୫ ମାସ ବିତିଗଲାଣି। ହେଲେ ଘଟଣାର ତଦନ୍ତ ସରୁନି। ଭିଜିଲାନ୍ସ ଓ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ ଜାରି ରହିଥିବା କୁହାଯାଉଛି। ପ୍ରଶାସନିକ ଅଧିକାରୀମାନେ ତଦନ୍ତ ଆଳରେ ଦିନ ଗଡ଼ାଇ ଚାଲିଥିବାରୁ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଦୁର୍ନୀତିକୁ ଚାପି ଦେବା ଲାଗି ଉଦ୍ୟମ କରାଯାଉଥିବା ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି।
ପ୍ରକାା ଯେ, ଏହି ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଥିଲା। ସେତେବେଳେ କେତେକ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଥିଲା। କେବଳ ସଦର ବ୍ଲକ ନୁହେଁ, ଜିଲାର ଅନ୍ୟ ବ୍ଲକରେ ମଧ୍ୟ ଏହି ଯୋଜନାରେ ବହୁ ଦୁର୍ନୀତି ହୋଇଥିବା ଜଣାପଡ଼ିଥିଲା। ଏପରିକି ପାଇଖାନା ତିଆରି ନ କରି ସରକାରୀ ଅନୁଦାନ ବାବଦକୁ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଛି। କେତେକ ଅସାଧୁ କର୍ମଚାରୀ ସେମାନଙ୍କ ସମ୍ପର୍କୀୟ, ଭାଇ, ବନ୍ଧୁ ଓ ପଡ଼ୋଶୀଙ୍କୁ ହିତାଧିକାରୀ ଦର୍ଶାଇ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ୟାମ୍ପରିଂ କରି ଟଙ୍କା ଚଳୁ କରୁଥିବାର ପ୍ରମାଣ ମିଳିସାରିଛି। କେତେ ପରିମାଣର ଟଙ୍କା କେତେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି ସେ ନେଇ ତନାଘନା କରାଯାଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ। ଜିଲାପାଳ ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ପରେ ଡିଆର୍ଡିଏର ଦୁଇ ଅଧିକାରୀ ଥରୁଟିଏ ଦୈସିଂ ଅଞ୍ଚଳକୁ ଯାଇ ଫେରି ଆସିଥିଲେ। ଦୈସିଂ ପଞ୍ଚାୟତର କୁସୁନ ନଗର ଓ ଏହା ଆଖପାଖ ଗଁାରେ ରାତାରାତି ପାଇଖାନା ନିର୍ମାଣ କରାଯାଇଛି। ଗୋଟିଏ ପାଇଖାନାରେ ୨ ରୁ ୩ ଥର ବିଭିନ୍ନ ରଙ୍ଗ ଦେଇ ହିତାଧିକାରୀଙ୍କ ଭିନ୍ନ ଭିନ୍ନ ନଁା ଦର୍ଶାଇ ଟଙ୍କା ଲୁଟ୍ କରାଯାଇଥିବା ଜଣାପଡ଼ିଥିଲା। ସେଠାରେ ଜଣେ ମୋଟିଭେଟର ନିଜ ସମ୍ପର୍କୀୟ ଓ ବନ୍ଧୁବାନ୍ଧବଙ୍କ ଆକାଉଣ୍ଟକୁ ୭ରୁ ୮ ଥର ଟଙ୍କା ଟ୍ରାନ୍ସଫର କରିଥିବା ଭିଜିଲାନ୍ସ ତଦନ୍ତ ବେଳେ ପଦାକୁ ଆସିଥିଲା। ସମ୍ପୃକ୍ତ ହିତାଧିକାରୀଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟର ନକଲ ହାସଲ କରି ଭିଜିଲାନ୍ସ ଓ ପ୍ରଶାସନିକ ଅଧିକାରୀ ତଦନ୍ତ କରୁଥିବା ସୂଚନା ମିଳିଥିଲା। ସେଠାକାର ପ୍ରାୟ ୧୬ ହିତାଧିକାରୀଙ୍କ ଆକାଉଣ୍ଟକୁ ଟ୍ୟାମ୍ପରିଂ କରାଯାଇ ପ୍ରାୟ ୭୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଥିବା ଜଣାପଡ଼ିଛି। ଏହି ଦୁର୍ନୀତିରେ ତଳସ୍ତରରୁ ଉପର ପର୍ଯ୍ୟନ୍ତ କର୍ମଚାରୀଙ୍କ ସମ୍ପୃକ୍ତି ଥିବାରୁ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଲାଗି ପ୍ରଶାସନ ପଛଘୁଞ୍ଚା ଦେଉଥିବା ଚର୍ଚ୍ଚା ହେଉଛି। ଉଲ୍ଲେଖନୀୟ ଯେ, ଦୈସିଂର ଅଜୟ କୁମାର ମହାନ୍ତି ସୂଚନା ଅଧିକାର ଆଇନ ବଳରେ ଏ ସମ୍ପର୍କରେ କେତେକ ତଥ୍ୟ ପଦାକୁ ଆଣି ଜିଲା ପ୍ରଶାସନଠାରୁ ଆରମ୍ଭ କରି ସ୍ବଚ୍ଛ ଭାରତ ମିଶନ ପର୍ଯ୍ୟନ୍ତ ଦୃଷ୍ଟି ଆକର୍ଷଣ କରିଥିଲେ। ତଦନ୍ତ ପ୍ରକ୍ରିୟା ସମ୍ପର୍କରେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଚାରିବାରୁ କହିଛନ୍ତି, ତଦନ୍ତ ସରି ରିପୋର୍ଟ ଆସିସାରିଛି। ନିର୍ବାଚନ ଆଚରଣ ବିଧି ଥିବାରୁ ପଦକ୍ଷେପ ନିଆଯାଇ ନ ଥିଲା। ଖୁବ୍ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।
ଟ୍ରେନ ଉପରେ ପଡ଼ିଲା କ୍ରେନ୍
ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍ ଲୋଡିଂ ବେଳେ କ୍ରେନ୍ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…
ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ
ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…
ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ
ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…
ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…
ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…
ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ
ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…
କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…
ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ
ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…
ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି
ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…
Archives

