ଦୋକାନ୍‌ ସିଲ୍‌, ୧୭ଜଣ ଦେଲେ ଜରିମାନା

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁର ଏନ୍‌ଏସି ପକ୍ଷରୁ ସହରରେ ଲକ୍‌ଡାଉନ୍‌ ନିୟମ ପାଳନ ହେଉଛି କି ନାହିଁ ଗୁରୁବାର କଡାକଡି ଯାଞ୍ଚ କରାଯାଇଥିଲା। ଛତ୍ରପୁର ଅପର ବସ୍‌ଷ୍ଟାଣ୍ଡରେ ଥିବା ଏକ ଲୁହା ଦୋକାନକୁ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍‌ କରାଯିବା ସହ ଏକ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେହିପରି ଏକ ଦୋକାନୀ ବିନା ମାସ୍କରେ ଗ୍ରାହକଙ୍କୁ ସାମଗ୍ରୀ ଦେଉଥିବାରୁ ତାଙ୍କ ଠାରୁ ୫ଶହ ଟଙ୍କା ଏବଂ ବିନା ମାସ୍କରେ ବୁଲୁଥିବା ୧୭ଜଣଙ୍କ ଠାରୁ ୨ଶହ ଟଙ୍କା ଲେଖାଏ ମୋଟ ୩୪ଶହ ଟଙ୍କା ଆଦାୟ କରାଯାଇଛି। ଚଢାଉରେ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ଏନ୍‌. ଗଣେଶ ବାବୁ, ଅତିରିକ୍ତ ତହସିଲଦାର ଯସ୍ମିନ ପ୍ରଧାନ, ଗୌରହରି ପଣ୍ଡା, ଏସ୍‌. ଦାଲେୟାଙ୍କ ସମେତ ଏନ୍‌ଏସି କର୍ମଚାରୀ ଉପସ୍ଥିତ ଥିଲେ। ନିୟମ ନ ମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri