ଦୋକାନ ଖୋଲିବାବେଳେ ଲୁଟିନେଲେ ଗହଣା

ଯାଜପୁର ଟାଉନ,୩।୮(ଡିଏନଏ): ଯାଜପୁରସହର ବିରଜା ହାଟ ନିକଟରେ ଥିବା ଗହଣା ଦୋକାନରୁ ଶୁକ୍ରବାର ଲୁଟ୍‌ ହୋଇଯାଇଛି। ପୂର୍ବାହ୍ନ ୯ଟାରେ ପଣ୍ଡା ଜୁଏଲର୍ସ ମାଲିକ ରମାକାନ୍ତ ପଣ୍ଡା ଦୋକାନ ଖୋଲିବା ପାଇଁ ଯାଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୨ଜଣ ଲୁଟେରା ଏକ କଳା ପଲସର ବାଇକ୍‌ରେ ଆସି ତାଙ୍କ ହାତକୁ ମୋଡି ସେ ଧରିଥିବା ବ୍ୟାଗ୍‌କୁ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଉକ୍ତ ବ୍ୟାଗ୍‌ରେ ୫ଶହ ଗ୍ରାମର ସୁନା ଓ ୨କେ.ଜି ରୂପା ଅଳଙ୍କାର ଥିବା ସେ ଯାଜପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ସୂଚନା ଯୋଗ୍ୟ ପ୍ରତ୍ୟେକ ଦିନ ରମାକାନ୍ତ ରାତିରେ ଦୋକାନରେ ଥିବା ସୁନା ଅଳଙ୍କାର ବ୍ୟାଗ୍‌ରେ ଭର୍ତ୍ତିକରି ଘରକୁ ନେଇଯାଇଥାନ୍ତି ପରେ ସକାଳୁ ସେହି ବ୍ୟାଗ୍‌ଟି ଆଣିଥାନ୍ତି। ଯାହାକି ଲୁଟେରାଙ୍କ ନଜରରେ ରହିଥିଲା। ଯାଜପୁର ସହରରେ କିଛିଦିନ ମଧ୍ୟରେ ୪/୫ ଟି ଲୁଟ୍‌ ଘଟଣା ହୋଇଥିଲେ ମଧ୍ୟ ପୋଲିସ ଆଜିପର୍ଯ୍ୟନ୍ତ କାହାରିକୁ ଗିରଫ କରିବା ପାଇଁ ସମର୍ଥ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧବିମାନବାହୀ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?