ଦୋକାନ ବଜାର ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର

ବାଲେଶର ଅଫିସ, ୨୦ା୫-ଚତୁର୍ଥ ପର୍ଯ୍ୟାୟ ଲକଡାଉନ ପରଠାରୁ ବ୍ୟବସାୟିକ କ୍ଷେତ୍ରରେ କେତେକ କୋହଳ କରାଯାଇଥିଲେ ମଧ୍ୟ ମଧ୍ୟ କାହା ପାଖରେ କୌଣସି ସ୍ପଷ୍ଟ ସୂଚନା ନ ଥିବାରୁ ବ୍ୟବସାୟୀଙ୍କ ମହଲରେ ଅନିଶ୍ଚିତତା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ସଭାପତି ଉମାକାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଭେଟି ଦୋକାନ ବଜାର ଖୋଲିବା ସହ ପ୍ରବାସୀ ଓଡିଆଙ୍କ ପାଇଁ ଅଧିକରୁ ଅଧିକ ଟ୍ରେନ ବ୍ୟବସ୍ଥା, କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ବିଷୟରେ ଆଲୋଚନା କରିଥିଲେ। ବିଶେଷକରି ଛୋଟ ମଧ୍ୟମ ବ୍ୟବସାୟୀ ଓ ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ଦୋକାନ ବଜାର ଖୋଲିବା ନିମନ୍ତେ ଏକ ସ୍ପଷ୍ଟ ଦିଶା ନିର୍ଦ୍ଦେଶ ଜାରି କରିବା ଲାଗି ଦାବି କରିଥିଲେ। ଜିଲାପାଳ ସମ୍ମତି ପ୍ରଦାନ କରି ଆସନ୍ତା ୨୦ତାରିଖରୁ ଏହା କାର୍ଯ୍ୟକାରୀ ହେବ ବୋଲି ପ୍ରତିଶ୍ରୁତି ଦେବା ସହ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ଦୋକାନ ପର୍ଯ୍ୟାୟ ପର୍ଯ୍ୟାୟରେ ସପ୍ତାହକୁ ୬ଦିନ ଖୋଲିବ ବୋଲି ସ୍ଥିର କରାଯାଇଛି ବୋଲି ପ୍ରକାଶ କରିଛନ୍ତି । ଜିଲା ପ୍ରତିନିଧି ଦଳରେ କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ, ଜିଲା ମିଡ଼ିଆ ସଂଯୋଜକ ଶ୍ରୀନିବାସ ପ୍ରଧାନ, ଯୁବ ନେତା ବିଭୁପଦ ଦାସ, ପିଣ୍ଟୁ ପଣ୍ଡା ଓ ରଞ୍ଜିତ ପୁଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri