ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୨୪।୧୨: ନାବାଳିକାଙ୍କୁ ବଳାତ୍କାର କରି ୭ ମାସ ଗର୍ଭବତୀ କରିବା ମାମଲାର ବିଚାର କରି ଶୁକ୍ରବାର ବାଲେଶ୍ୱର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଅଭିଯୁକ୍ତ ତାଙ୍କ ବଡ଼ବାପା ପୁଅଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୭ବର୍ଷ ଜେଲଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଆଉ ୨ବର୍ଷ ଜେଲ୍‌ ଭୋଗିବାକୁ ରାୟରେ କୁହାଯାଇଛି।
ଉକ୍ତ ନାବାଳିକାଙ୍କ ମା’ବାପା କୌଣସି କାର୍ଯ୍ୟରେ ବାଲେଶ୍ୱର ସହର ପଢୁଆଁପଦାସ୍ଥିତ ମାମୁ ଘରକୁ ଆସିଥିଲେ। ଘରେ ସାନଝିଅ (ନାବାଳିକା) ରହିଥିଲେ। ସନ୍ଧ୍ୟା ସମୟରେ ସେ ଟିଭି ଦେଖୁଥିବା ବେଳେ ତାଙ୍କ ବଡ଼ବାପା ପୁଅ ଭାଇ ଘର ଭିତରକୁ ଆସି କବାଟ ବନ୍ଦ କରି ଟିଭି ସାଉଣ୍ଡ ବଢ଼ାଇ ଦେଇଥିଲେ। ପରେ ନାବାଳିକା ଭଉଣୀଙ୍କୁ ବଳାତ୍କାର କରିଥିଲେ। କିଛି ସମୟ ପରେ ନାବାଳିକା ଘରୁ ବାହାରି ଏ ବିଷୟରେ ତାଙ୍କ ଅନ୍ୟଜଣେ ଦାଦାଙ୍କୁ ଜଣାଇଥିଲେ ମଧ୍ୟ ସେ ଏହି ଘଟଣା କାହାରିକୁ କହିଲେ ଜୀବନରୁ ମାରିଦେଇ ନଦୀକୁ ଫିଙ୍ଗିଦେବାକୁ ଧମକ ଦେଇଥିଲେ। ଭୟରେ ନାବାଳିକା ଜଣକ କାହାରିକୁ କିଛି ନ କହି ଚୁପ୍‌ଚାପ୍‌ ରହିଯାଇଥିଲେ। ଦୀର୍ଘ ୭/୮ମାସ ପରେ ନାବାଳିକାଜଣକ ଗର୍ଭବତୀ ଥିବା ଜାଣିପାରି ସମସ୍ତ ଘଟଣା ଅବଗତ ହେଲେ। ଏନେଇ ବସ୍ତା ଥାନାରେ ଗତ ୨୦୧୭ ଜୁଲାଇ ୭ ତାରିଖରେ ଲିଖିତ ଅଭିଯୋଗ କରାଯାଇଥିଲା। ଥାନା ପକ୍ଷରୁ ମାମଲା (ନଂ. ୨୨୨/୨୦୧୭) ରୁଜୁ କରାଯାଇ କୋର୍ଟରେ ବିଚାରାଧୀନ ଥିଲା। ୧୩ଜଣଙ୍କ ସାକ୍ଷ୍ୟ ଓ ୧୭ ଦସ୍ତାବିଜ୍‌କୁ ଭିତ୍ତି କରି ବିଚାରପତି ସୂତାର ଉପରୋକ୍ତ ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri