ଦୋଷ ଘୋଡ଼ାଇବାକୁ ଉଦ୍ୟମ

ଭୁବନେଶ୍ୱର,୧୧।୨  (ବ୍ୟୁରୋ):
ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ ହୋଇଯାଉଛି। ଉଚ୍ଚ ପଦାଧିକାରୀଙ୍କଠାରୁ ଆରମ୍ଭ କରି ଭିତ୍ତିଭୂମି କାର୍ଯ୍ୟରେ ନିୟୋଜିତ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, କନିଷ୍ଠଯନ୍ତ୍ରୀ, ଠିକାଦାର ପର୍ଯ୍ୟନ୍ତ ସମସ୍ତେ ଏକ ହୋଇଯାଉଛନ୍ତି। ଦୀର୍ଘ ବର୍ଷ ଧରି ଭଙ୍ଗାଦଦରା ଖୁଣ୍ଟ କିମ୍ବା ତାରକୁ ବଦଳା ଯାଉନାହିଁ, ଯାହାର ପରିଣତି ଅତ୍ୟନ୍ତ ଭୟଙ୍କର ହେଉଛି। କେବଳ ଯେ ମଣିଷ ମରୁଛନ୍ତି ତାହା ନୁହେଁ, ଅନେକ ସମୟରେ ହାତୀଭଳି ଜୀବ ମଧ୍ୟ ବିଦ୍ୟୁତ ବିଭାଗର ଦାୟିତ୍ୱହୀନତା ଯୋଗୁ ଶିକାର ହେଉଛନ୍ତି। ରବିବାର ଗଞ୍ଜାମ ଜିଲାରେ ଘଟିଥିବା ହୃଦୟ ବିଦାରକ ଘଟଣା ସମଗ୍ର ରାଜ୍ୟକୁ ସ୍ତବ୍ଧ କରି ଦେଇଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୦ଟି ଜୀବନ ଯାଇଛି। ଏହି ଘଟଣା ପାଇଁ ଦାୟିତ୍ୱରେ ଅବହେଳା କରିଥିବା ୪ଜଣ ଯନ୍ତ୍ରୀଙ୍କୁ ସୋମବାର ସରକାର ଚାକିରିରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା ଯନ୍ତ୍ରୀମାନେ ହେଲେ ବ୍ରହ୍ମପୁର ଇଲେକ୍ଟ୍ରିକାଲ ଡିଭିଜନ-୩ର କନିଷ୍ଠ ଯନ୍ତ୍ରୀ ଦେବାଶିଷ ନାୟକ, ସହକାରୀ ଯନ୍ତ୍ରୀ ବିଶ୍ୱରଞ୍ଜନ ମହାପାତ୍ରଙ୍କ ସମେତ ଗଞ୍ଜାମ ଗ୍ରାମ୍ୟ ଉନ୍ନୟନ ଡିଭିଜନର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ବେହେରା ଏବଂ କନିଷ୍ଠ ଯନ୍ତ୍ରୀ ସ୍ବରାଜ କୁମାର ପାଣିଗ୍ରାହୀ। ଏହି ଘଟଣା ପରେ ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଡାକି ଅବହେଳାର ସମୀକ୍ଷା କରିଛନ୍ତି। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଦାୟିତ୍ୱରେ ଅବହେଳା କରିଥିବାରୁ ୪ଜଣ ଯନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଣିକି ୧୧ କେ.ଭି. ବିଦ୍ୟୁତ ତାରଗୁଡିକ ଭୂମିପତ୍ତନରୁ ସର୍ବନିମ୍ନ ୨୦ ଫୁଟ ଉଚ୍ଚତାରେ ରହିବ। ରାଜ୍ୟର ସମସ୍ତ ୧୧ କେ.ଭି. ତାରଗୁଡ଼ିକୁ ଷ୍ଟାଣ୍ଡାର୍ଡ ଉଚ୍ଚତା କରିବାକୁ ବିଦ୍ୟୁତ ସର୍କଲଗୁଡିକର ଅଧୀକ୍ଷଣଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ଜାଗାରେ କମ୍‌ ଉଚ୍ଚତାରେ ତାର ଝୁଲୁଛି ସେଠାରେ କନିଷ୍ଠଯନ୍ତ୍ରୀମାନେ ଉପରିସ୍ଥ ଅଧିକାରୀଙ୍କୁ ତୁରନ୍ତ ସୂଚନା ଦେବେ। ସୂଚନା ପାଇବା ପରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଏହି ବୈଠକରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ, ଅନ୍ୟ ଅଧିକାରୀଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ଏବଂ ପରିବହନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri