ଦ୍ୱିଗୁଣିତ କଲେ ସୁରଟ ଫେରନ୍ତା

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମବଙ୍ଗ ପରେ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛନ୍ତି। ଏମାନଙ୍କ ପାଇଁ ୧୩ ଦିନ ଭିତରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଏପ୍ରିଲ୍‌ ୨୫ରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁଥିବାବେଳେ ମେ ୭ ଅର୍ଥାତ୍‌ ଗୁରୁବାର ଏହା ୨୧୯ରେ ପହଞ୍ଚତ୍ଛି।
ହସ୍ତଗତ ସୂଚନାନୁସାରେ, ମାର୍ଚ୍ଚ ଶେଷ ଆଡକୁ ପଶ୍ଚିମବଙ୍ଗରୁ ପ୍ରବାସୀମାନେ ଲୁଚିଛପି ଓଡ଼ିଶା ଫେରିବା ଆରମ୍ଭ କରିଥିଲେ। ସେମାନେ ନିୟମ ନ ମାନି ମନଇଚ୍ଛା ବୁଲିବା ଓ ମିଳାମିଶା କରିଥିଲେ। ସେମାନଙ୍କୁ ଚିହ୍ନଟ କରିବା ପୂର୍ବରୁ ସଂକ୍ରମଣ ଢ଼େର୍‌ ବଢ଼ି ସାରିଥିଲା। ଫଳରେ ରାଜ୍ୟରେ ଏକପ୍ରକାର ନିୟନ୍ତ୍ରଣରେ ଥିବା କରୋନା ହଠାତ୍‌ ୧୦୦ ଡେଇଁଥିଲା। ତା’ପରଠାରୁ ଲଗାତର ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅଧିକ ପଶ୍ଚିମବଙ୍ଗ ଫେରନ୍ତା ଚିହ୍ନଟ ହୋଇ ଆସୁଥିବାବେଳେ ଏବେ ସୁରଟ ଫେରନ୍ତା ସ୍ଥିତିକୁ ଜଟିଳ କରିବାରେ ଲାଗିଛି। ମାତ୍ର କେଇଟା ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ଡେଇଁଛି। ଗତ ୩ ଦିନରେ ୩୯ଜଣ ସୁରଟ ଫେରନ୍ତା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୨୮ଜଣ କେବଳ ଗଞ୍ଜାମ ଜିଲାର ରହିଛନ୍ତି। ସେହିପରି ଜଗତ୍‌ସିଂହପୁରରୁ ଚିହ୍ନଟ ୪, କଟକରୁ ଜଣେ, ମୟୂରଭଞ୍ଜର ୪ ଓ ବାଲେଶ୍ୱର ଜିଲାର ୨ଜଣ ଆକ୍ରାନ୍ତ ସୁରଟ ଫେରନ୍ତା ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଉଲ୍ଲେଖଯୋଗ୍ୟ, ପ୍ରଥମେ ବିଦେଶ ଫେରନ୍ତା, ପରେ ନିଜାମୁଦ୍ଦିନ ଓ ତା’ପରେ ପଶ୍ଚିମବଙ୍ଗ (କୋଲକାତା) ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଥିବାବେଳେ ଏବେ ସୁରଟ ଫେରନ୍ତା ମୁଣ୍ଡ ବିନ୍ଧାର କାରଣ ପାଲଟିଛନ୍ତି। କୋଲକାତା ଫେରନ୍ତା ଓ ସେମାନଙ୍କ ସଂସ୍ପର୍ଶରେ ଆସି ଯାଜପୁରରେ ୫୫ଜଣ ଆକ୍ରାନ୍ତ ହୋଇଥିବାବେଳେ ବାଲେଶ୍ୱର ଓ ଭଦ୍ରକରେ ମଧ୍ୟ ସଂଖ୍ୟା ବଢ଼ି ଚାଲିଛି। ଗଞ୍ଜାମକୁ ବହୁ ସଂଖ୍ୟାରେ ପ୍ରବାସୀ ଓଡ଼ିଆ ସୁରଟରୁ ଫେରୁଥିବାବେଳେ ଆଗକୁ ଏହି ସଂଖ୍ୟା ବଢ଼ିବା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ଏବେ ସାଧାରଣରେ ଆଲୋଚନା ହେଉଛି। ବାହାର ରାଜ୍ୟ ଫେରନ୍ତାଙ୍କୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୁରତ ଫେରନ୍ତା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ଘଟଣା ମଧ୍ୟ ସାମ୍ନାକୁ ଆସୁଛି। ଆହୁରି ଲକ୍ଷଲକ୍ଷ ପ୍ରବାସୀ ଓଡ଼ିଶା ଫେରିବାକୁ ଥିବାବେଳେ ସେମାନେ କିପରି ସଙ୍ଗରୋଧରେ ଠିକ୍‌ ନିୟମ ଓ କଟକଣା ମାନି ରହିବେ ତାହା ସବୁଠୁ ବଡ଼ ଚ୍ୟାଲେଞ୍ଜ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri