Posted inଖେଳ

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ସୁବିଧାଜନକ ସ୍ଥିତିରେ ଭାରତ ଏ

ମହୀଶୂର,୧୯।୯(ପି.ଟି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଭାରତ ଏ’ ଉନ୍ନତ ବ୍ୟାଟିଂ ଓ ବୋଲିଂ କରି ସୁବିଧାଜନକ ସ୍ଥିତିରେ ରହିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଭାରତ ଏ’ ଓପନର ଶୁବମନ ଗିଲ, କରୁଣ ନାୟାର, ଅଧିନାୟକ ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ଓ ଶିବମ ଦୁବେଙ୍କ ଅର୍ଦ୍ଧଶତକ ସହାୟତାରେ ପ୍ରଥମ ଇନିଂସରେ ୧୨୩ ଓଭରରେ ୪୧୭ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ ଆରମ୍ଭ କରି ବୁଧବାର ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୪୬ ଓଭରରେ ୫ ଉଇକେଟ ହରାଇ ୧୫୯ ରନ ସଂଗ୍ରହ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ୫ ଉଇକେଟ ହାତରେ ରଖି ଏବେ ୨୫୮ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ଏଡେନ ମାରକ୍ରାମ ୮୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଓ ଓ୍ବିଆନ ମଲ୍ଡର ୯ ରନ କରି ଅପରାଜିତ ରହିଛନ୍ତି।
ଦକ୍ଷିଣ ଆଫ୍ରିକା ୨୦ ରନରେ ପ୍ରଥମ ଉଇକେଟ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ତେବେ ଦଳ ଏକଦା ଗୋଟିଏ ଉଇକେଟ ହରାଇ ୧୦୨ ରନକରି ସ୍ଥିତ ସମ୍ଭାଳିବା ସହ ଭଲ ଆରମ୍ଭ କରିଥିଲା। ଏହା ପରେ ୪୦ ରନରେ ଦଳ ୪ ଉଇକେଟ ହରାଇ ବ୍ୟାକ୍‌ଫୁଟ୍‌କୁ ଚାଲିଯାଇଥିଲା। ଓପନର ପିଟର ମଲାନ ୬ ରନ କରି ପ୍ରଥମେ ଆଉଟ ହୋଇଥିଲେ। ଏହାପରେ ୪୧ ରନକରି ଥେଉନିସ୍‌ ଡି ବ୍ରୁଇନ୍‌ ି ପ୍ୟାଭିଲିୟନ ଫେରିଥିଲେ। ଖାୟା ଜୋଣ୍ଡୋ ୫, ସେନୁରାନ ମୁଥୁସ୍ବାମୀ ୧୨ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ହେନରିଚ୍‌ କ୍ଲାସେନ ୨ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଭାରତ ତରଫରୁ ଶାହବାଜ ନଦୀମ ଓ କୁଲଦୀପ ଯାଦବ ୨ଟି ଲେଖାଏ ଓ ମହମ୍ମଦ ସିରାଜ ଗୋଟିଏ ଉଇକେଟ ହାସଲ କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୩୩/୩ରୁ ଭାରତ ଏ’ ଖେଳ ଆରମ୍ଭ କରି ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ କରୁନ ନାୟାର ୭୮ରୁ ଖେଳ ଆରମ୍ଭ କରିଥିଲେ ଓ ଆଉ ଅଧିକ ରନ ସଂଗ୍ରହ କରି ନ ପାରି ପ୍ୟାଭିଲିୟନ ଫେରିଥିଲେ। ସେହିପରି ୩୬ ରନରୁ ଖେଳ ଆରମ୍ଭ କରି ରିଦ୍ଧିମାନ ୬୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଶିବମ ଦୁବେ ୬୮ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଜଲାଜ ଏସ୍‌ ସାକସେନା ୪୮ ରନର ଇନିଂସ ଖେଳି ଅପରାଜିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୁଲଦୀପ ଯାଦବ ୨, ଶାହାବାଜ ନଦୀମ ୧୧, ଉମେଶ ଯାଦବ ୨୪ ରନ କରି ଆଉଟ ହୋଇଥିବା ବେଳେ ମହମ୍ମଦ ସିରାଜ ଖାତା ଖେଲିପାରି ନ ଥିଲେ। ଦକ୍ଷିଣ ଆଫ୍ରିକା ତରଫରୁ ବୋଲିଂରେ ଓ୍ବିଆନ ମୁଲ୍ଡର ଓ ଡେନ୍‌ ପିଟ୍‌ ୩ଟି ଲେଖାଏ, ଭର୍ଣ୍ଣନ ଫିଲାଣ୍ଡର, ଲୁଙ୍ଗି ଏନ୍‌ଗିଡି ଓ ଲୁତୋ ସିପାମ୍ଲା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ଏ’ ପ୍ରଥମ ଇନିଂସ-୧୨୩ ଓଭରରେ ୪୧୭ ଅଲଆଉଟ୍‌
(ଶୁବମନ- ୯୨, ନାୟାର- ୭୮, ଦୁବେ- ୬୮, ରିଦ୍ଧିମାନ- ୬୦, ସାକସେନା- ୪୮*, ମୁଲ୍ଡର- ୩/୪୭, ପିଟ୍‌- ୩/୭୮)।
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ-୪୬ ଓଭରରେ ୧୫୯/୫
(ମାରକ୍ରାମ- ୮୩*, ବ୍ରୁଇନ- ୪୧, ନଦୀମ- ୨/୪୧, କୁଲଦୀପ- ୨/୫୧)।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri