Posted inଖେଳ

ଦ୍ୱିତୀୟ ଟି୨୦: ଭାରତର ସହଜ ବିଜୟ

ଇନ୍ଦୋର, ୮।୧(ପି.ଟି.)- ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ପରେ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ଉପଯୋଗୀ ବ୍ୟାଟିଂ ବଳରେ ଭାରତ ସ୍ଥାନୀୟ ହୋଲକାର ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ ୧୪୩ ରନ ବିଜୟ ଲକ୍ଷ୍ୟକୁ ଭାରତ ୧୭.୩ ଓଭରରେ ୩ ଉଇକେଟ ହରାଇ ହାସଲ କରିଛି। ଫଳରେ ଟିମ୍‌ ଇଣ୍ଡିଆ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀଲାଭ କରିଛି। ଗୁଆହାଟୀରେ ରବିବାର ଅନୁଷ୍ଠିତ ପ୍ରଥମ ଟି୨୦ ବର୍ଷା କାରଣରୁ ବାତିଲ ହୋଇଥିଲା।
ଲୋକେଶ ରାହୁଲ ଓ ଶିଖର ଧାଓ୍ବନ ଓପନିଂ ଯୋଡ଼ିରେ ୫୫ ବଲ୍‌ରୁ ୭୧ ରନ ସଂଗ୍ରହ କରି ଦଳର ବିଜୟ ପାଇଁ ପଥ ପରିଷ୍କାର କରିଥିଲେ। ଆକ୍ରମଣାତ୍ମକ ଖେଳି ୩୨ ବଲ୍‌ରୁ ୬ ଚୌକା ସହାୟତାରେ ୪୫ ରନ କରିଥିବାବେଳେ ରାହୁଲ ଓ୍ବାନିନ୍ଦୁ ହସରଙ୍ଗାଙ୍କ ବଲ୍‌ରେ ବୋଲ୍ଡ ହୋଇ ପ୍ୟାଭିଲିୟନ ଫେରିଥିଲେ। ୨୯ ବଲ୍‌ରୁ ୨ ଚୌକା ସହ ୩୨ ରନ କରିଥିବା ଧାଓ୍ବନ ଓ୍ବାନିନ୍ଦୁଙ୍କ ଦ୍ୱିତୀୟ ଶିକାର ହେବାରୁ ୧୧.୨ ଓଭରରେ ଭାରତ ସ୍କୋର ୮୬/୨ ହୋଇଥିଲା। ଶ୍ରେୟାସ ଆୟାରଙ୍କ ସହ କ୍ରିଜ୍‌ରେ ଯୋଗଦେଇ ଅଧିନାୟକ ବିରାଟ କୋହଲି ଦ୍ରୁତ ହାରରେ ରନ ସଂଗ୍ରହ ସହ ଦଳର ବିଜୟକୁ ସହଜ କରି ଦେଇଥିଲେ। ଭାରତ ବିଜୟ ଲକ୍ଷ୍ୟଠାରୁ ୬ ରନ ଦୂରରେ ଥିବାବେଳେ ବଡ଼ ଶଟ୍‌ ଖେଳିବାକୁ ଯାଇ ଆୟାର ଲାହିରୁ କୁମାରଙ୍କ ବଲ୍‌ରେ ଆଉଟ ହୋଇଥିଲେ। ସେ ୨୬ଟି ବଲ୍‌ର ସମ୍ମୁଖୀନ ହୋଇ ୩ ଚୌକା ଓ ୧ ଛକା ସହାୟତାରେ ୩୪ ରନ କରିଥିଲେ। ଏହି ଓଭରରେ ରିଷଭ ପନ୍ତ ଏକ ସିଙ୍ଗଲ ନେଇଥିବାବେଳେ କୋହଲି ତୃତୀୟ ବଲ୍‌ରେ ଛକା ମାରି ମ୍ୟାଚର ରୋମାଞ୍ଚକ ପରିସମାପ୍ତି ଘଟାଇଥିଲେ। ୧୭ଟି ବଲ୍‌ ଖେଳିଥିବା ବିରାଟ ୧ ଚୌକା ଓ ୨ ଛକା ସହ ୩୦ ରନ କରି ଅପରାଜିତ ରହିଥିଲେ।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଶ୍ରୀଲଙ୍କା ଭଲ ଆରମ୍ଭ କରିଥିଲେ ମଧ୍ୟ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଫଳରେ ଦଳ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଦଳ ତରଫରୁ ଉଇକେଟକିପର ବ୍ୟାଟ୍ସମ୍ୟାନ କୁଶଲ ପେରେରା ୨୮ଟି ବଲ୍‌ ଖେଳି ୩ଟି ଛକା ସହ ସର୍ବାଧିକ ୩୪ ରନ ସଂଗ୍ରହ କରିଥିଲେ। ଓପନର ଦନୁଷ୍କା ଗୁଣତିଲକା ୨୦, ଅଭିଷ୍କା ଫର୍ନାଣ୍ଡୋ ୨୨ ରନ ଥିଲେ। ଭାରତ ପକ୍ଷରୁ ଶାର୍ଦ୍ଦୁଳ ଠାକୁର ସର୍ବାଧିକ ୩, ନବଦୀପ ସଇନୀ ଓ କୁଲଦୀପ ଯାଦବ ୨ଟି ଲେଖାଏ, ଯଶପ୍ରୀତ ବୁମ୍‌ରା ଓ ଓ୍ବାଶିଂଟନ ସୁନ୍ଦର ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ୨୦ ଓଭରରେ ୧୪୨/୯(ପେରେରା-୩୪, ଅଭିଷ୍କା-୨୨, ଶାର୍ଦ୍ଦୁଳ-୩/୨୩, ସଇନୀ-୨/୧୮, କୁଲଦୀପ-୨/୩୮, ବୁମ୍‌ରା-୧/୩୨, ସୁନ୍ଦର-୧/୨୯)। ଭାରତ ୧୭.୩ ଓଭରରେ ୧୪୪/୩(ଲୋକେଶ-୪୫, ଆୟାର-୩୪, ଧାଓ୍ବନ-୩୨, କୋହଲି-୩୦*, ଓ୍ବାନିନ୍ଦୁ ହସରଙ୍ଗା-୨/୩୦, ଲାହିରୁ କୁମାର-୧/୩୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri