Posted inଖେଳ

ଦ୍ୱିତୀୟ ଟେଷ୍ଟ: ଇଂଲଣ୍ଡର ବୃହତ୍‌ ବିଜୟ

କେପ୍‌ ଟାଉନ,୮।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ବୃହତ୍‌ ୧୮୯ ରନରେ ଘରୋଇ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଥିସହିତ ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ୧-୧ ସମାନ ସ୍ତରରେ ପହଞ୍ଚିଛି। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ଇଂଲଣ୍ଡର ବେନ୍‌ ଷ୍ଟୋକ୍ସ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୯୧.୫ ଓଭରରେ ୨୬୯ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ ଆରମ୍ଭ କରି ୮୯ ଓଭରରେ ୨୨୩ ରନ ସଂଗ୍ରହ କରି ୪୬ ରନ ପଛରେ ପଡିଥିଲା। ଏହାପରେ ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୧୧୧ ଓଭରରେ ୮ ଉଇକେଟ ହରାଇ ୩୯୧ ରନ କରି ପାଳି ଘୋଷଣା କରିଥିଲା। ଫଳରେ ଦକ୍ଷିଣ ଆଫ୍ରିକା ସମ୍ମୁଖରେ ୪୩୮ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ମଙ୍ଗଳବାର ଅନ୍ତିମ ତଥା ପଞ୍ଚମ ଦିବସରେ ୧୩୭.୪ ଓଭରରେ ୨୪୮ ରନକରି ଅଲଆଉଟ ହେବା ସହ ପରାଜୟବରଣ କରିଥିଲା।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୨୬/୨ରୁ ଦକ୍ଷିଣ ଆଫ୍ରିକା ଖେଳ ଆରମ୍ଭ କରି ମଙ୍ଗଳବାର ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ତଥା ଓପନର ପିଟର ମଲାନ ୬୩ରୁ ଖେଳ ଆରମ୍ଭ କରି ୮୪ ରନରେ ଓ କେଶବ ମହାରାଜ ୨ରୁ ଖେଳ ଆରମ୍ଭ କରି ଆଉ ଅଧିକ ରନ୍‌ ସଂଗ୍ରହ କରି ନ ପାରି ୨ ରନରେ ହିଁ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଇକେଟ କିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ ୫୦, ରାସି ଭାନ ଡେର ଡୁସେନ ୧୭, ଅଧିନାୟକ ଫାଫ୍‌ ଡୁପ୍ଲେସି ୧୯, ଜୁବେର ହମ୍‌ଜା ୧୮ , ଡିନ ଏଲ୍‌ଗାର ୩୪ ରନକରି ଆଉଟ ହୋଇଥିବାବେଳେ ୫ ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଷ୍ଟୋକ୍ସ ୩, ଜେମ୍ସ ଆଣ୍ଡରସନ ଓ ଜୋ ଡେନ୍‌ଲି ୨ଟି ଲେଖାଏ, ଷ୍ଟୁଆର୍ଟ ବ୍ରଡ, ଡୋମିନିକ ବେସ ଓ ସାମ କୁରାନ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ପୂର୍ବରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୧୦୭ ରନରେ ବିଜୟୀ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୯୧.୫ ଓଭରରେ ୨୬୯ ଅଲଆଉଟ।
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୮୯ ଓଭରରେ ୨୨୩ ଅଲଆଉଟ।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୧୧୧ ଓଭରରେ ୩୯୧/୮ (ଇନିଂସ ଘୋଷଣା)।
ଦକ୍ଷିଣ ଆଫ୍ରକା ଦ୍ୱିତୀୟ ଇନିଂସ- ୧୩୭.୪ ଓଭରରେ ୨୪୮ ଅଲଆଉଟ
(ମଲାନ- ୮୪, ଡିକକ- ୫୦, ଏଲଗାର- ୩୪, ଡୁପ୍ଲେସି- ୧୯, ହମ୍‌ଜା- ୧୮, ଡୁସେନ- ୧୭, ଷ୍ଟୋକ୍ସ- ୩/୩୫, ଆଣ୍ଡରସନ- ୨/୨୩, ଡେନ୍‌ଲି- ୨/୪୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri