Posted inଖେଳ

ଦ୍ୱିତୀୟ ଟେଷ୍ଟ: ଇଂଲଣ୍ଡ ୨୬୨/୯

କେପ୍‌ ଟାଉନ, ୪।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦକ୍ଷିଣ ଆଫ୍ରିକା ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସ ଆରମ୍ଭ କରି ଇଂଲଣ୍ଡ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଇଂଲଣ୍ଡ ୮୯ ଓଭରରେ ୯ ଉଇକେଟ ହରାଇ ୨୬୨ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଓଲି ପୋପ୍‌ ସର୍ବାଧିକ ୫୬ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଓ ଜେମ୍ସ ଆଣ୍ଡରସନ ୩ ରନ କରି ଅପରାଜିତ ରହିଛନ୍ତି।
ଇଂଲଣ୍ଡ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ବେନ୍‌ ଷ୍ଟୋକ୍ସ ୪୭, ଜୋ ଡେନଲୀ ୩୮, ଅଧିନାୟକ ଜୋ ରୁଟ୍‌ ୩୫, ଡୋମ ସିବ୍‌ଲି ୩୪, ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟ୍‌ଲର ୨୯ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଘରୋଇ ଦଳ ତରଫରୁ ଭେର୍ନନ ଫିଲାଣ୍ଡର, କାଗିସୋ ରାବାଡ଼ା, ଅନରିଚ ନୋର୍ଜ, ଡ୍ବେନ ପ୍ରିଟୋରିୟସ ୨ଟି ଲେଖାଏ, କେଶବ ମହାରାଜ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସରେ ୮୯ ଓଭରରେ ୨୬୨/୯
(ପୋପ୍‌- ୫୬ *, ଷ୍ଟୋକ୍ସ- ୪୭, ଡେନଲି- ୩୮, ରୁଟ- ୩୫, ଫିଲାଣ୍ଡର- ୨/୪୬, ରାବାଡ଼ା- ୨/୬୩, ନୋର୍ଜ- ୨/୫୪, ପ୍ରିଟୋରିୟର- ୨/୨୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri