ସିମୁଳିଆ,୧୯ା୪(ଡି.ଏନ.ଏ.)-କରୋନା ସହାୟତା ପାଇଁ ବାଲେଶ୍ୱର ଜିଲା ସିମୁଳିଆବାସୀ ପ୍ରୟାସ ଜାରି ରଖିଛନ୍ତି। ଶନିବାର ସିମୁଳିଆ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୨୨ହଜାର ୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରାଯାଇଛି । ବରିଷ୍ଠ ମଞ୍ଚର ସଭାପତି ଚତୁର୍ଭୂଜ ପାଣିଗ୍ରାହୀ, ଉପସଭାପତି ବୀରେନ୍ଦ୍ର କୁମାର ନାୟକ, ସମ୍ପାଦକ ମହେନ୍ଦ୍ରନାଥ ମହାପାତ୍ର, ପଦ୍ମଲୋଚନ ସାହୁ, ହରିନାରାୟଣ ପଣ୍ଡା, ଦୀନବନ୍ଧୁ ପାଢୀ ପ୍ରମୁଖ ଏହି ଅର୍ଥରାଶିକୁ ବିଡିଓ ଡ. ନରହରି ବେହେରାଙ୍କୁ ପ୍ରଦାନ କରିଥିଲେ । ସେହିପରି ମାର୍କୋଣା ସରସ୍ବତୀ ଶିଶୁ ମନ୍ଦିରର ନବମ ଶ୍ରେଣୀର ଛାତ୍ରୀ ଅଭିପ୍ସା ମିଶ୍ର ନିଜ ସଞ୍ଚିତ ରାଶି ୧୧ଶହ ୨ଟଙ୍କା ବିଡିଓଙ୍କୁ ପ୍ରଦାନ କରିଛନ୍ତି । ମାର୍କୋଣା କାନାରା ବ୍ୟାଙ୍କର ପୂର୍ବତନ ଶାଖା ଅଧିକାରୀ ତଥା ମାର୍କୋଣା ଅଞ୍ଚଳର ତପନ କୁମାର ଦାସ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ହଜାର ଓ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୨ହଜାର ୧ଟଙ୍କା ପ୍ରଦାନ କରିଛନ୍ତି। ସେହିପରି କଟକ ବଡ ମେଡିକାଲର ଅବସରପ୍ରାପ୍ତ ବରିଷ୍ଠ ଷ୍ଟାଫନର୍ସ ତଥା ମାର୍କୋଣା ଅଞ୍ଚଳର ଜୟନ୍ତୀରାଣୀ ପାଢୀ ଓ ତାଙ୍କ ସ୍ବାମୀ ବରିଷ୍ଠ ଖବରଦାତା ଓ ସାମାଜିକ କର୍ମୀ ହରିଶଚନ୍ଦ୍ର ସ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ମୋଟ ୨୪ହଜାର ୨ଶହ ୨୨ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି ା ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ଜନସାଧାରଣଙ୍କ ପକ୍ଷରୁ ୧ଲକ୍ଷ ୫ହଜାର ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ପ୍ରଦାନ କରାଯାଇଛି ା
Posted inଆମ ଜିଲା ଖବର, ବାଲେଶ୍ୱର View All
ଆସାମର ହାତୀ-ଟ୍ରେନ୍ ଧକ୍କା
ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...
ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…
ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...
ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ
ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...
ବଡ଼ଦିନରୁ ଥରିବ ଓଡ଼ିଶା
ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...
ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
Archives


