ଦ୍ୱିତୀୟ ପର୍ଯ୍ୟାୟ ୟୁଏସ୍‌-ଚାଇନା ବାଣିଜ୍ୟ ଚୁକ୍ତି ଶୀଘ୍ର

ଡାଭୋସ,୨୨-୧: ଦୀର୍ଘ ୧୯ ମାସର ବାଣିଜ୍ୟ ଯୁଦ୍ଧକୁ ଅନ୍ତ କରିବା ଲାଗି ଆମେରିକା ଏବଂ ଚାଇନା ପ୍ରଥମ ପର୍ଯ୍ୟାୟ ବାଣିଜ୍ୟ ଚୁକ୍ତିରେ ସାମିଲ ହୋଇଛନ୍ତି। ଦୁଇ ଦେଶ ଶୀଘ୍ର ଦ୍ୱିତୀୟ ପର୍ଯ୍ୟାୟ ବାଣିଜ୍ୟ ଚୁକ୍ତିରେ ସାମିଲ ହେବେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୁଇଜରଲାଣ୍ଡର ଡାଭୋସଠାରେ ଚାଲିଥିବା ଓ୍ବାର୍ଲଡ ଇକୋନୋମିକ ଫୋରମ (ଡବ୍ଳ୍ୟୁଇଏଫ୍‌) ବାର୍ଷିକ ବୈଠକରେ ଯୋଗ ଦେଇ ମଙ୍ଗଳବାର ଏହା କହିଛନ୍ତି। ଜି ଜିନ୍‌ପିଙ୍ଗ୍‌ଙ୍କ ସହ ତାଙ୍କ ସମ୍ପର୍କ ଅସାଧାରଣ। ଜିନ୍‌ପିଙ୍ଗ୍‌ ଚାଇନା ପାଇଁ କାମ କରୁଥିବା ବେଳେ ମଁୁ ଆମେରିକାର। ଆମେ ଉଭୟ ଉଭୟଙ୍କୁ ଭଲ ପାଉ ବୋଲି ଟ୍ରମ୍ପ ମତ ରଖିଛନ୍ତି। ବର୍ତ୍ତମାନର ସମୟ ଆଶାର ସମୟ ବୋଲି ସେ କହିଥିଲେ।
କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲଙ୍କ ନେତୃତ୍ୱରେ ଭାରତୀୟ ପ୍ରତିନିଧି ଦଳ ଏଠାରେ ଯୋଗ ଦେଇଛନ୍ତି। ଏହି ଦଳରେ ସେଲିବ୍ରିଟିଙ୍କ ସମେତ ଶିଳ୍ପ ଜଗତର ସିଇଓମାନେ ସାମିଲ ଅଛନ୍ତି। ଏହି ଅବସରରେ ଗୋୟଲ କହିଛନ୍ତି, ଭାରତ ମହାସାଗର ଅଞ୍ଚଳରେ ବୃହତ୍ତ ଅଭିବୃଦ୍ଧି ସମ୍ଭାବନା ରହିଛି। ଏ କ୍ଷେତ୍ରରେ ବିଶ୍ୱର ବିଭିନ୍ନ ଦେଶ ସହଯୋଗିତା ଭିତ୍ତିରେ କାମ କରିବା ଉଚିତ। ବାଣିଜ୍ୟ ସମ୍ପର୍କରେ ସ୍ବଚ୍ଛତା ଏବଂ ସର୍ତ୍ତରେ ସମତୁଲତା ରହିବା ନେଇ ସେ ମତ ରଖିଛନ୍ତି। ଆର୍ଥତ୍କ ଅସମାନତା ଦୂରୀକରଣ ଲାଗି ଅଭିନବ ଟେକ୍ନୋଲୋଜି ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି କେନ୍ଦ୍ର ମନ୍ତ୍ରୀ ମନସୁଖଲାଲ ମାଣ୍ଡବୀୟ କହିଛନ୍ତି। କାର୍ଯ୍ୟକ୍ରମରେ ବଲିଉଡ ଅଭିନେତ୍ରୀ ଦିପିକା ପାଦୁକୋନ ମାନସିକ ସ୍ବାସ୍ଥ୍ୟ ଉପରେ ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri