ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର

ଦିଗପହଣ୍ଡି,୧୭।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା ଗହଣା ସମେତ ନଗଦ ଟଙ୍କା ଠକିନେଇ ଫେରାର ହୋଇଯାଇଥିବା ମହିଳା ଜଣକ ମଙ୍ଗଳବାର ଦିଗପହଣ୍ଡି ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ଉକ୍ତ ମହିଳାଙ୍କର ତାଙ୍କ ସ୍ବାମୀଙ୍କ ସହ ମନାନ୍ତର ହେବାରୁ ସେ ଅଲଗା ରହୁଥିଲେ। ଏହାର ସୁଯୋଗନେଇ ଅଭିଯୁକ୍ତ ଯୁବକ ତାଙ୍କସହ ସମ୍ପର୍କ ସ୍ଥାପନ କରିଥିଲେ। ଇତିମଧ୍ୟରେ ୨୦୧୮ ମାର୍ଚ୍ଚ ମାସରେ ସେ ମହିଳାଙ୍କୁ ଭୁବନେଶ୍ୱର ନେଇ ଆସିଥିଲେ। କିଛିଦିନ ଭୁବନେଶ୍ୱରରେ ରହିବାପରେ ଅଭିଯୁକ୍ତ କୌଶଳ କ୍ରମେ ତାଙ୍କଠାରୁ ମଙ୍ଗଳସୂତ୍ର, କାନଫୁଲ, ମୁଦି ଆଦି ସୁନା ଗହଣା ସମେତ ନଗଦ ୨୬ ହଜାର ଟଙ୍କା ନେଇଯାଇଥିଲେ। ଅଭିଯୁକ୍ତଙ୍କୁ ଟଙ୍କା ଓ ଗହଣା ଫେରାଇବା ପାଇଁ ମହିଳା ବାରମ୍ବାର କହିବାରୁ ସେ ଆଉ ଧରାଛୁଆଁ ଦେଇ ନ ଥିଲେ। ଶେଷରେ ନିରାଶ ହୋଇ ମହିଳା ଥାନାର ଦ୍ୱାରସ୍ଥ ହୋଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ ବଳଭଦ୍ର ଗଣ୍ଡ କହିଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଗ୍ରାମରୁ ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ପୋଲିସ କେସ୍‌ ନଂ.୫୭/୨୦ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?