ଦ୍ୱୈତନଗରୀରୁ ୫ ବ୍ରାଉନସୁଗାର ବେପାରୀ ଗିରଫ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର ର଼୍ୟାକେଟକୁ ଧରିବାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌କୁ ସଫଳତା ମିଳିବା ପରେ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ କରିଛି। କଟକ ଓ ଭୁବନେଶ୍ୱର ଦୈତନଗରୀର ୩ ଥାନାଞ୍ଚଳରେ ବୁଧବାର ପୋଲିସ ଓ କ୍ୟୁଏଟି ମିଳିତ ଚଢ଼ାଉ କରି ୭୪.୮ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ସଂପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୩ ବାଇକ, ୫ ମୋବଇଲ ଫୋନ୍‌ ଓ ୨୧୬୦ ଟଙ୍କା ଜବତ କରାଯାଇଛି।
ସୂଚନା ମୁତାବକ, ତମାଣ୍ଡୋ ଥାନା ଅନ୍ତର୍ଗତ ବେହେରା ଢାବା ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବାନେଇ ଖବର ମିଳିଥିଲା। କ୍ୟୁଏଟି ଓ ତମାଣ୍ଡୋ ଥାନା ପୋଲିସ ତୁରନ୍ତ ସେଠାରେ ଚଢାଉ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଖଣ୍ଡଗିରି ଥାନାଞ୍ଚଳର ବିକ୍ରମ ମଲ୍ଲିକ ଓ ମଞ୍ଚେଶ୍ୱର ଥାନାଞ୍ଚଳର ଜୟଶଙ୍କର ପରିଡା। ସେମାନଙ୍କ ନିକଟରୁ ୨୧.୮୫୦ ଗ୍ରାମ ବ୍ରାଉନସୁଗାର, ୧୧୮୦ ଟଙ୍କା ଓ ୨ ମୋବାଇଲ ଜବତ କରିଥିଲା। ଏ ନେଇ ପୋଲିସ ୨୨/୨୦ରେ ମାମଲା ରୁଜୁ ହୋଇଛି। ସେହିପରି ଅନ୍ୟଏକ ଟିମ୍‌ ମଧ୍ୟାହ୍ନରେ ଇନଫୋସିଟି ଥାନା ଅଞ୍ଚଳରେ ଚଢାଉ କରି ଖୋର୍ଦ୍ଧା ସଦର ଥାନା ଅଞ୍ଚଳର ପ୍ରଦୀପ୍ତ କୁମାର ବଳିଆରସିଂଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୭ ଗ୍ରାମ ବ୍ରାଉନସୁଗାର, ୫ଶହ ଟଙ୍କା, ଗୋଟିଏ ମୋବାଇଲ ଫୋନ ଓ ଏକ ବାଇକ୍‌ ଜବତ କରିଥିଲା। ଏ ନେଇ ୧୩/୨୦ରେ ମାମଲା ରୁଜୁ ହୋଇଛି। ତୃତୀୟ ଘଟଣାକ୍ରମରେ କଟକ ଲାଲବାଗ ଥାନା ଅନ୍ତର୍ଗତ ଶୈଳବାଳା କଲେଜ ଅଞ୍ଚଳରେ କ୍ୟୁଏଟି ଓ ପୋଲିସ ଚଢଉ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୪୬ ଗ୍ରାମ ବ୍ରାଉନସୁଗାର , ୨ ମୋବାଇଲ ଫୋନ୍‌ ଓ ୨ ବାଇକ ଜବତ କରିଥିଲା। ଗିରଫ ଅଭିଯୁକ୍ତମାନେ ହେଲେ ବାଲେଶ୍ୱର ସିମୁଳିଆ ଅଞ୍ଚଳର ଯଦୁବକ୍ର ଶାହା ଓ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଶେଖ ଜାମସେଦ। ଏ ନେଇ ପୋଲିସ ୨୨/୧୦ରେ ମାମଲା ରୁଜୁ ହୋଇଥିବାବେଳେ ସମସ୍ତ ୩ ମାମଲାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ୫ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri