ଦୟା କେନାଲକୁ ନେତା, ଅଫିସର ମାଡ଼ି ବସିଛନ୍ତି: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଦୟା ଓ୍ବେଷ୍ଟ ଶାଖା କେନାଲ ଭୁବନେଶ୍ୱର ଓ ଜଟଣୀ ବ୍ଲକର ୨,୪୧୭ ହେକ୍ଟରକୁ ଜଳ ଯୋଗାଇ ଦେବା ଲାଗି ନିର୍ମାଣ କରାଯାଇଥିଲା। କିନ୍ତୁ ଇତି ମଧ୍ୟରେ ସହରୀକରଣ ଯୋଗୁ ବର୍ତ୍ତମାନ ପ୍ରାୟ ୧୩୫୦ ହେକ୍ଟରକୁ ଜଳସେଚନ ଯୋଗାଇ ଦିଆଯାଉଛି। ବୈଷୟିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଦୟା ଓ୍ବେଷ୍ଟ କେନାଲର ସୁଆଙ୍ଗ ଅଞ୍ଚଳରେ ଲାଇନିଂ କାମ କରାଯାଉଛି। ଏହି କେନାଲର ଅଧିକାଂଶ ଅଞ୍ଚଳ ସହର ମଧ୍ୟରେ ଥିବାରୁ ଏହାର ବାମ ପାର୍ଶ୍ୱରେ ୧୩.୧୨୬ କିମି ଓ ଡାହାଣ ପାର୍ଶ୍ୱରେ ୨୩.୧୫୨ କିମି ରାସ୍ତାକୁ ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇ ଉନ୍ନତୀକରଣ କରାଯାଉଛି। ରାଜ୍ୟର ଜଳସେଚନ ବିଭାଗ ଅଧୀନରେ ପ୍ରାୟ ୧୭,୩୮୮ କିମି କେନାଲ ଓ ନଦୀବନ୍ଧ ରହିଛି। ରାସ୍ତାର ଅବସ୍ଥା, ଗୁରୁତ୍ୱ ଓ ବଜେଟ ବ୍ୟୟବରାଦକୁ ଦୃଷ୍ଟିରେ ରଖି ଉନ୍ନତୀକରଣ କରାଯାଉଛି। ଗୁରୁବାର ପ୍ରଶ୍ନୋତ୍ତର ବେଳେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଏହି ସୂଚନା ଦେଇଛନ୍ତି।

ମୂଳ ପ୍ରଶ୍ନକର୍ତ୍ତା କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ ଅଭିଯୋଗ କରିଥିଲେ ଆଇଏଏସ୍‌ ଅଫିସର, ଶିଳ୍ପପତି, ନେତା, ବ୍ୟବସାୟୀ କେନାଲ ଚାରିକଡ଼କୁ ବେଆଇନ ଭାବେ ମାଡ଼ି ବସିଲେଣି। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ମନ୍ତ୍ରୀ କହିଥିଲେ ଯେ, ଏହା ଅନୁସନ୍ଧାନ ସାପେକ୍ଷ। ଦୟା କେନାଲ ଉଭୟପାର୍ଶ୍ୱକୁ କଂକ୍ରିଟ କରାଯାଉଛି। ମହାରଥୀଙ୍କ ପ୍ରସ୍ତାବାନୁଯାୟୀ ଉକ୍ତ ଅଞ୍ଚଳକୁ ପରିଦର୍ଶନରେ ଯିବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri