ଧରାପଡ଼ିଲା ରାଜପଥ ଲୁଟେରା ଗ୍ୟାଙ୍ଗ୍‌

କାମାକ୍ଷାନଗର, ୨୨।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିବା ଏକ ରାଜପଥ ଲୁଟେରା ଗ୍ୟାଙ୍ଗର ୪ ସଦସ୍ୟ ପୋଲିସ ହାତରେ ଧରାପଡ଼ିଛନ୍ତି। ସେମାନେ ହେଲେ କାମାକ୍ଷାନଗର ଜିନେଇଲୋ ଗ୍ରାମର ସଞ୍ଜୟ ସ୍ବାଇଁ ଓରଫ୍‌ ସିଲୁ, ଅନୁଗୋଳ ଜିଲା ନିଶା ଥାନା ରାମଡିହ ଗ୍ରାମର ସୁଶାନ୍ତ ନାୟକ ଓରଫ୍‌ ବ୍ରଜ, ଅନୁଗୋଳ ଥାନା ମଝିକା ଗ୍ରାମର ସୁନୀଲ ନାୟକ ଓରଫ୍‌ ଟୁବୁଲ ଏବଂ ବଅଁରପାଳ ଥାନା ପୁଷ୍ପପଙ୍ଗି ଗ୍ରାମର ଅନିରୁଦ୍ଧ ନାଏକ ଓରଫ୍‌ ମୂଷା। ସେମାନଙ୍କ ନିକଟରୁ ବାଇକ୍‌, ପିସ୍ତଲ, ଜୀବନ୍ତ ଗୁଳି, ୯ଟି ମୋବାଇଲ, କଟୁରି, ନଗଦ ୧୦ ହଜାର ଟଙ୍କା, ଏଟିଏମ୍‌ କାର୍ଡ, ବ୍ୟାଙ୍କ ପାସ୍‌ବୁକ୍‌ ଏବଂ ୩ଟି ନମ୍ବର ପ୍ଲେଟ୍‌ ଜବତ କରାଯାଇଛି। ଅଭିଯୁକ୍ତଙ୍କ ନାମରେ ବିଭିନ୍ନ ଥାନାରେ ବହୁ ସଙ୍ଗିନ ମାମଲା ରହିଛି। ଏହି ଗ୍ୟାଙ୍ଗର କଳା କାରନାମା ସମ୍ପର୍କରେ ରବିବାର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
୨୦୨୦ ଜୁନ୍‌ ୧ରେ ପଣ୍ଡୁଆ ଅଞ୍ଚଳର ଏକ ପେଟ୍ରୋଲ ପମ୍ପ ମାଲିକଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିଲା। ଦୁଇଜଣ ଯୁବକ ଏକ କଳା ପଲ୍‌ସରରେ ଆସି ମାରଣାସ୍ତ୍ର ଦେଖାଇ ଟଙ୍କା ବ୍ୟାଗ୍‌ ଲୁଟି ନେଇଥିଲେ। ଏ ନେଇ ନଂ. ୭୩/୨୦, ଦଫା ୩୯୨, ୫୦୬ ଓ ୨୫ ଆର୍ମସ୍‌ ଆକ୍ଟରେ ମାମଲା ରୁଜୁ କରାଯାଇଥିଲା। ଏହି ଘଟଣାର ଖୋଳତାଡ଼ ବେଳେ ସମ୍ପୃକ୍ତ ରାଜପଥ ଲୁଟେରାଙ୍କ ସମ୍ପର୍କରେ ପୋଲିସକୁ ବହୁ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଥିଲା। ତଦନ୍ତରୁ ଜଣାପଡ଼ିଛି ସେମାନଙ୍କ ନାମରେ କାମାକ୍ଷାନଗର ଥାନାରେ ୩,ଭୁବନ ଥାନାରେ ୨, କଙ୍କଡ଼ାହାଡ଼ ଥାନାରେ ୧, ଢେଙ୍କାନାଳ ସଦର ଥାନାରେ ୧, ଯାଜପୁର ଜିଲା ସୁକିନ୍ଦା ଥାନାରେ ୨ ମାମଲା ସମେତ ଅନୁଗୋଳ ଜିଲାର ବିଭିନ୍ନ ଥାନାରେ ୮ କେସ୍‌ ରହିଛି। ଅଭିଯୁକ୍ତମାନେ ଅର୍ଥଲଗାଣକାରୀ ସଂସ୍ଥାର ଅଧିକାରୀ, ଗ୍ରାହକ ସେବା କେନ୍ଦ୍ର ଏବଂ ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଯାଉଥିବା ଲୋକଙ୍କୁ ଟାର୍ଗେଟ କରୁଥିଲେ। ସଞ୍ଜୟ ଲୁଟ୍‌ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରୁଥିଲେ। ପରେ ସମସ୍ତେ ଯୋଜନାବଦ୍ଧ ଭାବେ ଲୁଟ୍‌, ଛନ୍‌ତାଇ କରୁଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ କାମାକ୍ଷାନଗର ଥାନାଧିକାରୀ ଅଭିନବ ଡଳୁଆ, ତୁମୁସିଙ୍ଗା ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ୍‌, ପଣ୍ଡୁଆ ଫାଣ୍ଡି ଅଧିକାରୀ ଶ୍ୱତପଦ୍ମା ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri