ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ ଏପରି ନକଲି ଶିକ୍ଷକଙ୍କ ସଂଖ୍ୟା ଏବେ ୩୦ରେ ପହଞ୍ଚିଛି। ଧରାପଡ଼ିଥିବା ୯ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ବ୍ଲକ ଶିକ୍ଷାଧିକାରୀ(ବିଇଓ)ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
କିଛିଦିନ ତଳେ ଗଞ୍ଜାମ ଜିଲାର ୧୩ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିଏଡ୍ ସାର୍ଟିଫିକେଟ ଯାଞ୍ଚ ପାଇଁ ଉକତ୍ଳ ବିଶ୍ୱବିଦ୍ୟାଳୟକୁ ପଠାଯାଇଥିଲା ା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକଙ୍କ ଦ୍ୱାରା ଯାଞ୍ଚ ବେଳେ ସେମାନଙ୍କ ମଧ୍ୟରୁ ୮ଜଣଙ୍କ ସାର୍ଟିଫିକେଟର ରୋଲ ନମ୍ବର ତାଲିକା ମଧ୍ୟରେ ନ ଥିବା ଜଣାପଡ଼ିଥିଲା ା ସେହିପରି ଅନ୍ୟ ଜଣେ ଶିକ୍ଷକ ବିଏଡ୍ ପରୀକ୍ଷାରେ ଉତ୍ତୀନ୍ନ ହୋଇ ନ ଥିବା ଜଣାପଡିଥିଲା ା ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ପରେ ଶୁକ୍ରବାର ଗଞ୍ଜାମ ଜିଲା ଡିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ୯ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାପାଇଁ ବିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…
ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍! ଖାତା ନ ଥିଲେ…
ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…
ଭୁବନେଶ୍ୱର,୫ା୪(ସୁନିତ୍ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…
‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’
ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…
ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍ଶୀଘ୍ର ମୋ’ ଯାତ୍ରାରେ…
ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…
Archives

