ଛତ୍ରପୁର,୪ା୧୨(ଡି.ଏନ.ଏ)-କର୍ମଚାରୀଙ୍କଠାରୁ ଲୁଟପାଟ କରୁଥିବା ୯ ଜଣିଆ ଏକ ଲୁଟେରା ଗ୍ୟାଙ୍ଗକୁ ଗଞ୍ଜାମ ପୋଲିସ ଧରିବାରେ ସଫଳ ହୋଇଛି। ଗଞ୍ଜାମ ଓ ନୟାଗଡ ଜିଲାରେ ହୋଇଥିବା ୧୨ଟି ଲୁଟ୍ ଘଟଣା ଏବଂ ଏକ ହତ୍ୟା ମାମଲାରେ ଏମାନେ ସମ୍ପୃକ୍ତ ଥିଲେ। ଅଭିଯୁକ୍ତମାନଙ୍କ ମଧ୍ୟରେ ଜଣେ ନାବାଳକ ଥିବା ପୋଲିସ ସୂଚନା ଦେଇଛି। କବିସୂର୍ଯ୍ୟନଗର ଥାନା ଅର୍ଜୁନପଲ୍ଲୀ ଗାଁର ଯୋଗୀ ଗୌଡ, କବିସୂର୍ଯ୍ୟନଗର ଆଇବି ରୋଡ୍ର ସୁନିଲ ମହାନ୍ତି ଓରଫ୍ ସୁନିଲ ନାହାକ ଓରଫ୍ ମଲ୍ଲ, ବଡଆଗୁଳା ଗାଁର ତନୁଜ ସ୍ବାଇଁ ଓରଫ ତନ୍ମୟ, ଆଇବି ରୋଡ୍ର ସଞ୍ଜୟ ନାହାକ, ଖଲ୍ଲିକୋଟ ଥାନା ଲୋଚାପଡା ଗାଁର ଶିବରାମ ଦାସ ଓରଫ ଶିବ, ପାଟପୁର ଥାନା ଏସ୍. ଗୋପାଳପୁର ଗାଁର ଅଶ୍ୱିନୀ ଗୌଡ, ପୁରୁଷୋତ୍ତମପୁର ଥାନା ଅରଖପୁର ଗାଁର ମନୋଜ ଗୌଡ, କନ୍ଧମାଳ ଜିଲା ସଦର ଫୁଲବାଣୀ ଥାନା ମଲିକପଡା ଗାଁର ଭରତ ପ୍ରଧାନଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନଙ୍କ ଠାରୁ ୪ ପିସ୍ତଲ, ଗୋଟିଏ ଖେଳନା ପିସ୍ତଲ, ୧୪ଟି ଜୀବନ୍ତ ଗୁଳି, ଖଣ୍ଡା, ଛୁରି, ୪ଟି ଦୁଇଚକିଆ ବାଇକ୍/ସ୍କୁଟି ଓ ୧୬ଟି ମୋବାଇଲ ଫୋନ ଜବତ କରାଯାଇଛି । ଶୁକ୍ରବାର ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍ପି ବ୍ରିଜେଶ କୁମାର ରଏ ଏହି ସୂଚନା ଦେଇଛନ୍ତି।
ଏସ୍ପି କହିଛନ୍ତି, ଏହି ଗ୍ୟାଙ୍ଗ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କୁ ଟାର୍ଗେଟ କରୁଥିଲେ। ଗ୍ୟାଙ୍ଗରେ କିଏ ସୂଚନା ଦେଉଥିଲେ ତ ଆଉ କିଏ ଟ୍ରାକ୍ କରୁଥିଲେ ଏବଂ ଅନ୍ୟମାନେ ଲୁଟ୍ କରୁଥିଲେ । ଗ୍ୟାଙ୍ଗ୍ରେ ଆଉ କିଏ ଅଛନ୍ତି ତାହା ଜାଣିବା ଓ ଲୁଟ୍ ଟଙ୍କା ଜବତ ପାଇଁ ତଦନ୍ତ ଜାରି ରହିଛି। ଗିରଫ ଯୋଗୀ ଲୁଟ୍ କରି ବାଇକ୍ରେ ଦ୍ରୁତ ଗତିରେ ଯାଉଥିବାବେଳ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ତାଙ୍କ ଗୋଡରେ ଗଭୀର ଆଘାତ ଲାଗିଛି। ଲୁଟେରା ଗ୍ୟାଙ୍ଗକୁ ଧରିବା ପାଇଁ ଖଲ୍ଲିକୋଟ, ପୁରୁଷୋତ୍ତମପୁର, କବିସୂର୍ଯ୍ୟନଗର, ଗାଙ୍ଗପୁର ଓ କୋଦଳା ଥାନା ଆଇଆଇସି ଓ କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ ହୋଇଥିଲା । ପୁରୁଷୋତ୍ତମପୁର ଓ ଛତ୍ରପୁର ଏସ୍ଡିପିଓ ଏବଂ ଅତିରିକ୍ତ ଏସ୍ପି ଏହାର ମନିଟରିଂ କରୁଥିଲେ ବୋଲି ଏସପି କହିଛନ୍ତି।
ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…
ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…
ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ
ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…
ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ
ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…
ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…
୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…
ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…
ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…
ସିବିଏସ୍ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ
ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍ଇ…
ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…
Archives

