ଧରିତ୍ରୀରେ ପ୍ରକାଶିତ ଖବର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌

ବରଗଡ଼ ଅଫିସ୍‌,୨୭।୪: ଆନ୍ଧ୍ରପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବରଗଡ଼, ବଲାଙ୍ଗୀର ଏବଂ ରାୟଗଡ଼ା ଜିଲାର ୪୭ଶ୍ରମିକ ଚାଲିଚାଲି ଘରକୁ ଫେରୁଛନ୍ତି । ଏ ନେଇ ସୋମବାର ଧରିତ୍ରୀରେ ଆନ୍ଧ୍ରରୁ ଗାଁ ମୁହାଁ ଶ୍ରମିକ ଶୀର୍ଷକରେ ଏକ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇଛି । ଏହି ରିପୋର୍ଟକୁ ଆଧାର କରି ବରଗଡ଼ ଜିଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ସାମାଜିକ କର୍ମୀ ଦିବସ କୁମାର ସାହୁ ମୁଖ୍ୟମନ୍ତ୍ରୀଙ୍କ ସମେତ ବରଗଡ଼, ବଲାଙ୍ଗୀର, ରାୟଗଡ଼ା ଏସ୍‌ପି, ଜିଲାପାଳ ପ୍ରମୁଖଙ୍କୁ ଟୁଇଟ୍‌ କରି ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ ସମ୍ପୃକ୍ତ ଶ୍ରମିକଙ୍କୁ ଘରକୁ ପହଞ୍ଚାଇବା ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି । ଏଠାରେ ଉଲ୍ଲେଖନୀୟ, ସମ୍ପୃକ୍ତ ଶ୍ରମିକମାନେ ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ର ଏକ କମ୍ପାନୀରେ କାମ କରୁଥିଲେ । ଲକ୍‌ ଡାଉନ୍‌ କଟକଣା ପରେ ସେମାନଙ୍କ ରୋଜଗାର ବନ୍ଦ ହୋଇ ଯାଇଥିଲା । ଏହା ସହିତ ଖାଇବା, ପିଇବା ସମସ୍ୟା ମଧ୍ୟ ଦେଖାଯାଇଥିଲା । ଫଳରେ ସେମାନେ ରେଳପଥରେ ଚାଲିଚାଲି ଘରକୁ ଫେରୁଥିବା ବାଟରେ ସୀତାନଗରମ୍‌ ନିକଟରେ ପୋଲିସ ହାବୁଡ଼ରେ ପଡ଼ିଥିଲେ । ପୋଲିସ ଭୟରେ ସେମାନେ ଏକ ଜଙ୍ଗଲକୁ ଚାଲି ଯାଇ ସେଠାରେ ଆଶ୍ରୟ ନେଇଥିଲେ । ପରେ ସାମାଜିକ କର୍ମୀ ସାହୁ ଖବର ପାଇ ସେ ନେଇ ସୂଚନା ଦେବା ପରେ ସୀତାପୁରମ ପୋଲିସ ସମ୍ପୃକ୍ତ ଶ୍ରମିକଙ୍କ ପାଖକୁ ଖାଦ୍ୟ ସାମଗ୍ରୀ ପହଞ୍ଚାଇଥିଲା । ତେବେ ସେଠାରୁ ଶ୍ରମିକମାନେ ପୁଣି ଚାଲିଚାଲି ଆସି ରାୟଗଡ଼ା ଜିଲା ସୀମାକୁ ପହଞ୍ଚିଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri