ଫୁଲବାଣୀ ଅଫିସ, ୧୨ା୧-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ଧରିତ୍ରୀ ଖବରଦାତାଙ୍କୁ ମିଳିଛି ହତ୍ୟା ଧମକ। କୌଣସି ଅପରାଧ ଶ୍ରେଣୀର ଲୋକ ନୁହନ୍ତି, ଖଜୁରିପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ବନଶ୍ରୀ ନାୟକ ଏବଂ ଶିକ୍ଷକ ସ୍ବାମୀ ବିନୋଦ କୁମାର ନାୟକ ଏହି ଧମକ ଦେଇଛନ୍ତି। ଏନେଇ ଖବରଦାତା ବୈଦ୍ୟନାଥ ବେହେରା ଶୁକ୍ରବାର ରାତିରେ ଫୁଲବାଣୀ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ଏକ ମାମଲା (ନଂ.୧୦/୨୦) ରୁଜୁକରି ତଦନ୍ତ ଆରମ୍ଭ ହୋଇଥିବା ଥାନାଧିକାରୀ ନରେଶ କୁମାର ସାହୁ କହିଛନ୍ତି।
ପ୍ରକାଶ ଯେ, ଖଜୁରିପଡ଼ା ବ୍ଲକ ଦୂତିମେଣ୍ଡି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଭିଭାବକ ସଂଘ ସଭାପତି ଅଛନ୍ତି ବୈଦ୍ୟନାଥ। ବିଦ୍ୟାଳୟରେ ପାଠପଢ଼ା ନ ହେବା, ପିଲାଙ୍କୁ ଠିକ୍ ଭାବେ ଖାଇବାକୁ ଦିଆ ନ ଯିବା, ପ୍ରିନ୍ସିପାଲଙ୍କ ମନମୁଖି କାର୍ଯ୍ୟ ନେଇ ଅଭିଭାବକମାନେ ଜିଲାପାଳଙ୍କୁ ଅବଗତ କରିଥିଲେ। ଏହାପରେ ସମସ୍ତେ ଭୁବନେଶ୍ୱର ଯାଇ ବିଭାଗ ନିର୍ଦ୍ଦେଶକଙ୍କୁ ଏ ସଂକ୍ରାନ୍ତରେ ଦାବିପତ୍ର ଦେଇଥିଲେ। ନିକଟରେ ଭାରପ୍ରାପ୍ତ ପ୍ରିନ୍ସିପାଲ ବନଶ୍ରୀଙ୍କର ଅନ୍ୟତ୍ର ବଦଳି ହୋଇଛି। ଏହା ଜାଣିବା ପରେ ଗୁରୁବାର ରାତିରେ ବନଶ୍ରୀ ଏବଂ ତାଙ୍କ ସ୍ବାମୀ ବିନୋଦ ଜିରିଙ୍ଗିପଡା ପାଖ ଗୋପାଳସାହିରେ ରହୁଥିବା ବୈଦ୍ୟନାଥଙ୍କ ଘରେ ପହଞ୍ଚତ୍ ଗାଳିଗୁଲଜ କରିଥିଲେ। ତୁମ ପାଇଁ ମୋର ବଦଳି ହେଲା, ତୁମକୁ ଛାଡିବୁନି, ଜୀବନରୁ ମାରିଦେବୁ ବୋଲି ଧମକ ଦେଇଥିଲେ। ସାହି ଲୋକେ ବାହାରିବାରୁ ସେମାନେ ଚାଲି ଆସିଥିଲେ। ତାଙ୍କ ଜୀବନ ପ୍ରତି ବିପଦ ରହିଥିବା ବୈଦ୍ୟନାଥ ଏତଲାରେ ଦର୍ଶାଇଛନ୍ତି। ଏ ନେଇ ବନଶ୍ରୀଙ୍କୁ ତାଙ୍କ ମୋବାଇଲ ନମ୍ବରରେ ଯୋଗାଯୋଗ କରାଯାଇଥିଲେ ହେଁ ସୁଇଚ୍ଅପ୍ ଥିବାରୁ ମତାମତ ନେବା ସମ୍ଭବ ହୋଇପାରିନାହିଁ।
ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର
ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…
୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ
ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…
ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…
ଆକ୍ସନ ମୁଡ୍ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…
ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ
ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…
ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…
ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ…
ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!
ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…
Archives

