ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପାଇବା ପରେ ଶେଷଦେବଙ୍କ ସହାୟତା ପାଇଁ ପହଞ୍ଚିଲା ବ୍ଲକ ପ୍ରଶାସନ

ସମ୍ବଲପୁର/ରେଙ୍ଗାଲି, ୧୬।୧୦(ବ୍ୟୁରୋ/ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ବ୍ରାହ୍ମଣୀପାଲି ହାଡଗୁଡ଼ିଆ ପଡ଼ାର ଶେଷଦେବ ରୋହିଦାସଙ୍କ ପରିବାର ଦୁଃଖକଷ୍ଟରେ ଚଲୁଥିବା ବେଳେ ଦିବ୍ୟାଙ୍ଗ ଝିଅ କେଶରୀ ରୋହିଦାସ (୨୩), ସୁନୀତା ରୋହିଦାସ (୧୮), ପୁଅ ସୁଶୀଲ ରୋହିଦାସ (୨୦)ଙ୍କ ଚିକିତ୍ସା ପାଇଁ ସରକାରୀ ସାହାଯ୍ୟ ଲୋଡିଥିଲେ । ଏ ନେଇ ଧରିତ୍ରୀରେ ଗତ ୧୩ ତାରିଖ ‘ଦଦ୍‌ରା କୁରିଆରେ ବିତୁଛେ ଜୀବନ୍‌’ ଶୀର୍ଷକ ଖବର ପ୍ରକାଶ ପାଇଥିଲା । ଖବର ପ୍ରକାଶ ପାଇବା ପରେ ରେଙ୍ଗାଲି ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମଙ୍ଗଳବାର ରେଙ୍ଗାଲି ବିଡିଓ ଶିବଶଙ୍କର ପ୍ରସାଦ ସାହୁ ଶେଷଦେବଙ୍କ ଘରେ ପହଞ୍ଚତ୍ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ଅଧିକ ସରକାରୀ ସହାୟତା, ଅନ୍ତ୍ୟୋଦୟ ଯୋଜନାରେ ଅନ୍ତର୍ଭୁକ୍ତ କରି ୩୫ କେଜି ଚାଉଳ ପାଇଁ ଏମ୍‌ଆଇ ବିଭାଗକୁ ଜଣାଇବେ ବୋଲି କହିଥିଲେ । ପରିବାରଙ୍କୁ କିପରି ଜିଲା ରେଡକ୍ରସ ପକ୍ଷରୁ ଆର୍ଥିକ ସହାୟତା ମିଳିବ ତାହା ମଧ୍ୟ ଚେଷ୍ଟା କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ତିନିଜଣ ଦିବ୍ୟାଙ୍ଗ ସନ୍ତାନଙ୍କ ପାଇଁ ଜିଲା ଭିନ୍ନକ୍ଷମ ଆଶ୍ରୟସ୍ଥଳୀରେ ରହିବାର ବ୍ୟବସ୍ଥା କରାଯିବ ବୋଲି ବିଡିଓ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ବିଜେପିର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri