ଧରିତ୍ରୀ ପ୍ରଭାବ : ଲକ୍ଷ୍ମୀଙ୍କୁ ମିଳିଲା ଚିକିତ୍ସା ଲାଗି ଆର୍ଥିକ ସହାୟତା

ହାଟଡିହୀ, ୬।୬(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଜଳସରପୁର ଗ୍ରାମର ରାଧେଶ୍ୟାମ ବେହେରାଙ୍କ ପରିବାର। ତାଙ୍କର ୫ ବର୍ଷର ଝିଅ ଲକ୍ଷ୍ମୀଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଥିବାବେଳେ ଅର୍ଥ ଅଭାବରୁ ତାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇପାରୁନଥିଲା। ଲକ୍ଷ୍ମୀର ଅଖିଡୋଳା ଫୁଲି ବାହାରିବା ସହିତ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଥିଲା। ଯାହାକୁ ନେଇ ଗରିବ ବାପା ମାଆ ଅତ୍ୟନ୍ତ ଚିନ୍ତାଗ୍ରସ୍ତ ଅବସ୍ଥାରେ ଦିନ କାଟି ଆସୁଥିଲେ। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଜୟ ଜଗନ୍ନାଥ ସେବା ଅନୁଷ୍ଠାନର ସଦସ୍ୟ ଉମାକାନ୍ତ ରାଉତ ଓ ଅନିତା ରାଉତ ରାଧେଶ୍ୟାମଙ୍କୁ ଭେଟିଥିଲେ। ପରେ ଝିଅ ଲକ୍ଷ୍ମୀଙ୍କ ଅଖି ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଗଲା। ଏହାବ୍ୟତୀତ ଅନୁଷ୍ଠାନ ପକ୍ଷରୁ ଟ୍ବିଟର ଜରିଆରେ କେନ୍ଦୁଝର ଜିଲା ପ୍ରଶାସନକୁ ଅବଗତ କରାଯାଇଥିଲା। ଜିଲା ପ୍ରଶାସନ ହାଟଡିହୀ ବିଡିଓ ଏବଂ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଶିଶୁ ଲକ୍ଷ୍ମୀଙ୍କୁ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ନିର୍ଦ୍ଦେଶନାମା ଜାରି କରିଥିଲେ। ଅପରପକ୍ଷେ ଯୁବ ଇଞ୍ଜିନିୟର୍‌ ଚନ୍ଦ୍ରମୌଳୀ ମହାନ୍ତି , ସାମାଜିକ କର୍ମୀ ହିମାଂଶୁ ଶେଖର ନାୟକ, ବିପିନି କୁଅଁର, ଉମାକାନ୍ତ ରାଉତ, ପର୍ଶୁରାମ ପଲେଇ,ଶ୍ୟାମସୁନ୍ଦର ରାଉତ, କୁମାର ସୋନୁ, ଡିପି ଶେଷରଞ୍ଜନ ପ୍ରମୁଖ ”ସର୍ଭ ଫର ପିପୁଲ“ର ସଦସ୍ୟମାନେ ଶିଶୁଙ୍କୁ ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri