ଧରିତ୍ରୀ ପ୍ରଭାବ: ଜେଜେମା’, ନାତୁଣୀଙ୍କ ଘରେ ପହଞ୍ଚିଲା ପ୍ରଶାସନ

ନୂଆପଡ଼ା,୧ା୮ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କେନ୍ଦୁବାହାରା ପଞ୍ଚାୟତ ସନବାହାଲି ଗାଁରେ ଅସହାୟ ଜେଜେମା’ଙ୍କ ନାତୁଣୀଙ୍କ ଭବିଷ୍ୟତ ଚିନ୍ତା ଶୀର୍ଷକ ଖବର ଧରିତ୍ରୀରେ ସୋମବାର ପ୍ରକାଶିତ ହେଲା ପରେ ଜିଲା ପ୍ରଶାସନ ତପତ୍ରତା ଦେଖାଇଛି। ଗୁରୁବାର ଜିଲା ଶିଶୁ ସୁରକ୍ଷା ଅଧିକାରୀ ହେମନ୍ତ କୁମାର ପୁଟାଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଶିଶୁ ସୁରକ୍ଷା ୟୁନିଟ ପ୍ରକଳ୍ପ ସଂଯୋଜକ ବିକାଶ ପାତ୍ର, ମାମଲା କର୍ମୀ ଯଶୋବନ୍ତ ଗହିର ସନବାହାଲି ଗାଁକୁ ଯାଇ ଜେଜେମା ଉର୍ମିଳା ମିର୍ଦ୍ଧା ଓ ନାତୁଣୀ ପାୟଲ ମିର୍ଦ୍ଧାଙ୍କୁ ଭେଟି ଆଲୋଚନା କରିଥିଲେ। ଜିଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ପାୟଲଙ୍କୁ ପାଠ ପଢାଇବା ସହ ସମସ୍ତ ଖର୍ଚ୍ଚ ବହନ କରିବ। ହେଲେ ବାହାରେ ପାଠ ପଢାଇବା କଥା ଶୁଣି ଜେଜେମା’ ରାଜି ହୋଇ ନ ଥିଲେ। ସେ ଘରେ ରହି ପଢିବ, ସରକାରଙ୍କ ପକ୍ଷରୁ ଯେଉଁ ସବୁ ସୁବିଧା ଅଛି ଯୋଗାଇଦିଅ ବୋଲି କହିଥିଲେ। ଶୁକ୍ରବାର ଜେଜେମା’ଙ୍କ ସହ ପାୟଲ ନୂଆପଡା ଆସି ଶିଶୁ କଲ୍ୟାଣ କମିଟି କର୍ମଚାରୀଙ୍କୁ ଭେଟିବେ। ସେଠାରେ ଯାହା ସମାଧାନ ହେବ ଓ ଜିଲାପାଳ ଅନୁମୋଦନ କଲେ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଧରିତ୍ରୀ ମାଧ୍ୟମରେ ଖବର ଜାଣିଥିବାରୁ ପ୍ରଶାସନ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରୁଛି ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ପୁଟା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri