ଧର୍ମଘଟ ପାଇଁ ମୟୂରଭଞ୍ଜ ଜିଲାରେ ସ୍କୁଲ, କଲେଜ ଛୁଟି

ବାରିପଦା ଅଫିସ,୮ା୧- ବିଭିନ୍ନ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ସର୍ବଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। ଏଣୁ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜ ଜିଲାର ସମସ୍ତ ସ୍କୁଲ, କଲେଜକୁ ଦିନିକିଆ ଛୁଟି ଘୋଷଣା କରିଛନ୍ତି। ଏନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୧୭(୭ା୧ା୨୦୨୦)ରେ ସୂଚନା ପ୍ରଦାନ କରାଯାଇଛି।
ଅନ୍ୟପକ୍ଷେ ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ବୁଧବାର ହେବାକୁ ଥିବା ପରୀକ୍ଷାକୁ କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ ନିର୍ଦ୍ଦେଶ କ୍ରମେ ଘୁଞ୍ଚାଇ ଦିଆଯାଇଛି। ଏନେଇ ବିଶ୍ୱବିଦ୍ୟାଳୟର ପତ୍ର ସଂଖ୍ୟା ୬୪ (୭ା୧ା୨୦୨୦)ରେ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ପିଜି ବିଭାଗର ପ୍ରଥମ ଓ ପଞ୍ଚମ ସେମିଷ୍ଟର ପରୀକ୍ଷା ୨୭ ଜାନୁୟାରୀ, ଏଲଏଲବିର ପ୍ରଥମ ସେମିଷ୍ଟର ପରୀକ୍ଷା ୧୭ ଜାନୁୟାରୀ, ସ୍ପେଶାଲ ବିଇଡିର ଷଷ୍ଠ ସେମିଷ୍ଟର ପରୀକ୍ଷା ୨୨ ଜାନୁୟାରୀ ଓ ନର୍ସିଂ ବିଭାଗର ପ୍ରଥମ ସେମିଷ୍ଟର ପରୀକ୍ଷା ୧୦ ଜାନୁୟାରୀକୁ ଘୁଞ୍ଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri