Posted inଖେଳ

ଧର୍ମଶାଳା ଟେଷ୍ଟରେ ଇତିହାସ ରଚିବେ ଅଶ୍ୱିନ

ଧର୍ମଶାଳା,୨୯।୨: ଭାରତ ବନାମ ଇଂଲଣ୍ଡ ସିରିଜର ଶେଷ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ ଅଛନ୍ତି। ମାର୍ଚ୍ଚ ୯ରେ ଭେଟେରାନ ସ୍ପିନର ଧର୍ମଶାଳାରେ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ ଖେଳିବେ। ଏହା ସହ ସେ ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲିଙ୍କ କ୍ଲବରେ ଯୋଗଦେବେ।
ଭାରତ ପାଇଁ ୯୯ ଟେଷ୍ଟ ମ୍ୟାଚ ରେ ୫୦୭ ଉଇକେଟ ନେଇଥିବା ଅଶ୍ୱିନ ତାଙ୍କର ୧୦୦ତମ ଟେଷ୍ଟ ମ୍ୟାଚ ଖେଳିଥିବା ୧୪ତମ ଭାରତୀୟ ଖେଳାଳି ହେବେ। ‘ଗଡ ଅଫ କ୍ରିକେଟ’ ସଚିନ ତେନ୍ଦୁଲକର ଭାରତ ପାଇଁ ସର୍ବାଧିକ ଟେଷ୍ଟ ମ୍ୟାଚ ଖେଳିଛନ୍ତି। ସେ ୨୦୦ଟି ମ୍ୟାଚରେ ୧୫୯୨୧ ରନ ସ୍କୋର କରିଥିଲେ।
ଇଂଲଣ୍ଡ ବିପକ୍ଷରେ ରାଜକୋଟ ଟେଷ୍ଟରେ ଅଶ୍ୱିନ ଏକ ନୂଆ ରେକର୍ଡ ସୃଷ୍ଟି କରିଥିଲେ। ସେ ଅନିଲ କୁମ୍ବଲେଙ୍କ ପରେ ଭାରତ ପାଇଁ ୫୦୦ ଟେଷ୍ଟ ଉଇକେଟ ନେଇ ଦ୍ୱିତୀୟ ବୋଲର ହୋଇଥିଲେ। ଏବେ ସେ ତାଙ୍କ କ୍ୟାରିୟରର ୧୦୦ ତମ ମ୍ୟାଚ ଖେଳି ଏକ ନୂଆ ରେକର୍ଡ ସ୍ଥାପନ କରିବେ। ଅଶ୍ୱିନଙ୍କ ପୂର୍ବରୁ ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ, ଭିଭିଏସ ଲକ୍ଷ୍ମଣ, ଅନିଲ କୁମ୍ବଲେ, କପିଲ ଦେବ, ସୁନୀଲ ଗାଭାସ୍କର, ଦିଲୀପ ଭେଙ୍ଗସରକର, ସୌରଭ ଗାଙ୍ଗୁଲି, ବିରାଟ କୋହଲି, ଇଶାନ୍ତ ଶର୍ମା, ହରଭଜନ ସିଂ, ଚେତେଶ୍ୱର ପୂଜାରା ଏବଂ ବୀରେନ୍ଦ୍ର ସେହ୍ବାଗ ଭାରତ ପାଇଁ ୧୦୦ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri